1 ULB ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି। BSB BSB: The king’s heart is a waterway in the hand of the LORD; He directs it where He pleases.
2 ULB ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି। BSB BSB: All a man’s ways seem right to him, but the LORD weighs the heart.
3 ULB ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ। BSB BSB: To do righteousness and justice is more desirable to the LORD than sacrifice.
4 ULB ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ। BSB BSB: Haughty eyes and a proud heart—the guides of the wicked—are sin.
5 ULB କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ। BSB BSB: The plans of the diligent bring plenty, as surely as haste leads to poverty.
6 ULB ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି। BSB BSB: Making a fortune by a lying tongue is a vanishing mist, a deadly pursuit.
7 ULB ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି। BSB BSB: The violence of the wicked will sweep them away because they refuse to do what is just.
8 ULB ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ। BSB BSB: The way of a guilty man is crooked, but the conduct of the innocent is upright.
9 ULB କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ। BSB BSB: Better to live on a corner of the roof than to share a house with a quarrelsome wife.
10 ULB ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ। BSB BSB: The soul of the wicked man craves evil; his neighbor finds no favor in his eyes.
11 ULB ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନକୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ। BSB BSB: When a mocker is punished, the simple gain wisdom; and when a wise man is instructed, he acquires knowledge.
12 ULB ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ। BSB BSB: The Righteous One considers the house of the wicked and brings the wicked to ruin.
13 ULB ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ। BSB BSB: Whoever shuts his ears to the cry of the poor, he too shall cry out and receive no answer.
14 ULB ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ। BSB BSB: A gift in secret soothes anger, and a covert bribe pacifies great wrath.
15 ULB ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ। BSB BSB: Justice executed is a joy to the righteous, but a terror to the workers of iniquity.
16 ULB ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ। BSB BSB: The man who strays from the path of understanding will rest in the assembly of the dead.
17 ULB ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ। BSB BSB: He who loves pleasure will become poor; the one who loves wine and oil will never be rich.
18 ULB ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ। BSB BSB: The wicked become a ransom for the righteous, and the faithless for the upright.
19 ULB କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ। BSB BSB: Better to live in the desert than with a contentious and ill-tempered wife.
20 ULB ଜ୍ଞାନବାନର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ। BSB BSB: Precious treasures and oil are in the dwelling of the wise, but a foolish man consumes them.
21 ULB ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ। BSB BSB: He who pursues righteousness and loving devotion finds life, righteousness, and honor.
22 ULB ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ। BSB BSB: A wise man scales the city of the mighty and pulls down the stronghold in which they trust.
23 ULB ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ। BSB BSB: He who guards his mouth and tongue keeps his soul from distress.
24 ULB ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ। BSB BSB: Mocker is the name of the proud and arrogant man—of him who acts with excessive pride.
25 ULB ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ। BSB BSB: The craving of the slacker kills him because his hands refuse to work.
26 ULB କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ। BSB BSB: All day long he covets more, but the righteous give without restraint.
27 ULB ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ। BSB BSB: The sacrifice of the wicked is detestable—how much more so when brought with ill intent!
28 ULB ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ। BSB BSB: A lying witness will perish, but the man who listens to truth will speak forever.
29 ULB ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ। BSB BSB: A wicked man hardens his face, but the upright man makes his way sure.
30 ULB ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ। BSB BSB: There is no wisdom, no understanding, no counsel that can prevail against the LORD.
31 ULB ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ। BSB BSB: A horse is prepared for the day of battle, but victory is of the LORD.
Select verses for actions: Enter goes to them and Escape comes back.