1 ULB ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ। BSB BSB: A good name is more desirable than great riches; favor is better than silver and gold.
2 ULB ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା। BSB BSB: The rich and the poor have this in common: The LORD is Maker of them all.
3 ULB ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି। BSB BSB: The prudent see danger and take cover, but the simple keep going and suffer the consequences.
4 ULB ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ। BSB BSB: The rewards of humility and the fear of the LORD are wealth and honor and life.
5 ULB କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ। BSB BSB: Thorns and snares lie on the path of the perverse; he who guards his soul stays far from them.
6 ULB ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ। BSB BSB: Train up a child in the way he should go, and when he is old he will not depart from it.
7 ULB ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ। BSB BSB: The rich rule over the poor, and the borrower is slave to the lender.
8 ULB ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ। BSB BSB: He who sows injustice will reap disaster, and the rod of his fury will be destroyed.
9 ULB ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ। BSB BSB: A generous man will be blessed, for he shares his bread with the poor.
10 ULB ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ। BSB BSB: Drive out the mocker, and conflict will depart; even quarreling and insults will cease.
11 ULB ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ। BSB BSB: He who loves a pure heart and gracious lips will have the king for a friend.
12 ULB ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି। BSB BSB: The LORD’s eyes keep watch over knowledge, but He frustrates the words of the faithless.
13 ULB ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି। BSB BSB: The slacker says, “There is a lion outside! I will be slain in the streets!”
14 ULB ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ। BSB BSB: The mouth of an adulteress is a deep pit; he who is under the wrath of the LORD will fall into it.
15 ULB ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ। BSB BSB: Foolishness is bound up in the heart of a child, but the rod of discipline drives it far from him.
16 ULB ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ। BSB BSB: Oppressing the poor to enrich oneself or giving gifts to the rich will surely lead to poverty.
17 ULB ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋ’ ବିଦ୍ୟାରେ ଆପଣା ମନ ଲଗାଅ। BSB BSB: Incline your ear and hear the words of the wise—apply your mind to my knowledge—
18 ULB ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ। BSB BSB: for it is pleasing when you keep them within you and they are constantly on your lips.
19 ULB ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି। BSB BSB: So that your trust may be in the LORD, I instruct you today—yes, you.
20 ULB ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି, BSB BSB: Have I not written for you thirty sayings about counsel and knowledge,
21 ULB ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କ’ଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ? BSB BSB: to show you true and reliable words, that you may soundly answer those who sent you?
22 ULB ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ। BSB BSB: Do not rob a poor man because he is poor, and do not crush the afflicted at the gate,
23 ULB ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ। BSB BSB: for the LORD will take up their case and will plunder those who rob them.
24 ULB ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ। BSB BSB: Do not make friends with an angry man, and do not associate with a hot-tempered man,
25 ULB କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ। BSB BSB: or you may learn his ways and entangle yourself in a snare.
26 ULB ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ। BSB BSB: Do not be one who gives pledges, who puts up security for debts.
27 ULB ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ? BSB BSB: If you have nothing with which to pay, why should your bed be taken from under you?
28 ULB ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ। BSB BSB: Do not move an ancient boundary stone which your fathers have placed.
29 ULB ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ। BSB BSB: Do you see a man skilled in his work? He will be stationed in the presence of kings; he will not stand before obscure men.
Select verses for actions: Enter goes to them and Escape comes back.