1 ULB କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ। BSB BSB: The wicked flee when no one pursues, but the righteous are as bold as a lion.
2 ULB ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ। BSB BSB: A land in rebellion has many rulers, but a man of understanding and knowledge maintains order.
3 ULB ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ। BSB BSB: A destitute leader who oppresses the poor is like a driving rain that leaves no food.
4 ULB ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି। BSB BSB: Those who forsake the law praise the wicked, but those who keep the law resist them.
5 ULB ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି। BSB BSB: Evil men do not understand justice, but those who seek the LORD comprehend fully.
6 ULB ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ। BSB BSB: Better a poor man who walks with integrity than a rich man whose ways are perverse.
7 ULB ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ। BSB BSB: A discerning son keeps the law, but a companion of gluttons disgraces his father.
8 ULB ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ। BSB BSB: He who increases his wealth by interest and usury lays it up for one who is kind to the poor.
9 ULB ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ। BSB BSB: Whoever turns his ear away from hearing the law, even his prayer is detestable.
10 ULB ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ। BSB BSB: He who leads the upright along the path of evil will fall into his own pit, but the blameless will inherit what is good.
11 ULB ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ। BSB BSB: A rich man is wise in his own eyes, but a poor man with discernment sees through him.
12 ULB ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି। BSB BSB: When the righteous triumph, there is great glory, but when the wicked rise, men hide themselves.
13 ULB ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ। BSB BSB: He who conceals his sins will not prosper, but whoever confesses and renounces them will find mercy.
14 ULB ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ। BSB BSB: Blessed is the man who is always reverent, but he who hardens his heart falls into trouble.
15 ULB ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା। BSB BSB: Like a roaring lion or a charging bear is a wicked ruler over a helpless people.
16 ULB ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ। BSB BSB: A leader who lacks judgment is also a great oppressor, but he who hates dishonest profit will prolong his days.
17 ULB ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ। BSB BSB: A man burdened by bloodguilt will flee into the Pit; let no one support him.
18 ULB ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ। BSB BSB: He who walks with integrity will be kept safe, but whoever is perverse in his ways will suddenly fall.
19 ULB ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ। BSB BSB: The one who works his land will have plenty of food, but whoever chases fantasies will have his fill of poverty.
20 ULB ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ। BSB BSB: A faithful man will abound with blessings, but one eager to be rich will not go unpunished.
21 ULB ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ। BSB BSB: To show partiality is not good, yet a man will do wrong for a piece of bread.
22 ULB କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ। BSB BSB: A stingy man hastens after wealth and does not know that poverty awaits him.
23 ULB ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ। BSB BSB: He who rebukes a man will later find more favor than one who flatters with his tongue.
24 ULB ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ। BSB BSB: He who robs his father or mother, saying, “It is not wrong,” is a companion to the man who destroys.
25 ULB ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ। BSB BSB: A greedy man stirs up strife, but he who trusts in the LORD will prosper.
26 ULB ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ। BSB BSB: He who trusts in himself is a fool, but one who walks in wisdom will be safe.
27 ULB ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ। BSB BSB: Whoever gives to the poor will not be in need, but he who hides his eyes will receive many curses.
28 ULB ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି। BSB BSB: When the wicked come to power, people hide themselves; but when they perish, the righteous flourish.
Select verses for actions: Enter goes to them and Escape comes back.