1 ULB ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ। BSB BSB: A man who remains stiff-necked after much reproof will suddenly be shattered beyond recovery.
2 ULB ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି। BSB BSB: When the righteous flourish, the people rejoice, but when the wicked rule, the people groan.
3 ULB ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ। BSB BSB: A man who loves wisdom brings joy to his father, but a companion of prostitutes squanders his wealth.
4 ULB ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ। BSB BSB: By justice a king brings stability to the land, but a man who exacts tribute demolishes it.
5 ULB ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ। BSB BSB: A man who flatters his neighbor spreads a net for his feet.
6 ULB ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ। BSB BSB: An evil man is caught by his own sin, but a righteous one sings and rejoices.
7 ULB ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ। BSB BSB: The righteous consider the cause of the poor, but the wicked have no regard for such concerns.
8 ULB ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି। BSB BSB: Mockers inflame a city, but the wise turn away anger.
9 ULB ଅଜ୍ଞାନ ସହିତ ଜ୍ଞାନବାନର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ। BSB BSB: If a wise man goes to court with a fool, there will be raving and laughing with no resolution.
10 ULB ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି। BSB BSB: Men of bloodshed hate a blameless man, but the upright care for his life.
11 ULB ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ। BSB BSB: A fool vents all his anger, but a wise man holds it back.
12 ULB ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି। BSB BSB: If a ruler listens to lies, all his officials will be wicked.
13 ULB ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି। BSB BSB: The poor man and the oppressor have this in common: The LORD gives light to the eyes of both.
14 ULB ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ। BSB BSB: A king who judges the poor with fairness—his throne will be established forever.
15 ULB ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ। BSB BSB: A rod of correction imparts wisdom, but a child left to himself disgraces his mother.
16 ULB ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ। BSB BSB: When the wicked thrive, rebellion increases; but the righteous will see their downfall.
17 ULB ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ। BSB BSB: Discipline your son, and he will give you rest; he will bring delight to your soul.
18 ULB ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ। BSB BSB: Where there is no vision, the people cast off restraint; but blessed is he who keeps the Law.
19 ULB କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ। BSB BSB: A servant cannot be corrected by words alone; though he understands, he will not respond.
20 ULB ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି। BSB BSB: Do you see a man who speaks in haste? There is more hope for a fool than for him.
21 ULB ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ। BSB BSB: A servant pampered from his youth will bring grief in the end.
22 ULB କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ। BSB BSB: An angry man stirs up dissension, and a hot-tempered man abounds in transgression.
23 ULB ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ। BSB BSB: A man’s pride will bring him low, but a humble spirit will obtain honor.
24 ULB ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ। BSB BSB: A partner to a thief hates his own soul; he receives the oath but does not testify.
25 ULB ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ। BSB BSB: The fear of man is a snare, but whoever trusts in the LORD is set securely on high.
26 ULB ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ। BSB BSB: Many seek the ruler’s favor, but a man receives justice from the LORD.
27 ULB ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ। BSB BSB: An unjust man is detestable to the righteous, and one whose way is upright is detestable to the wicked.
Select verses for actions: Enter goes to them and Escape comes back.