1 ULB ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ, BSB BSB: My son, if you have put up security for your neighbor, if you have struck hands in pledge with a stranger,
2 ULB ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ। BSB BSB: if you have been trapped by the words of your lips, ensnared by the words of your mouth,
3 ULB ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର। BSB BSB: then do this, my son, to free yourself, for you have fallen into your neighbor’s hands: Go, humble yourself, and press your plea with your neighbor.
4 ULB ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ। BSB BSB: Allow no sleep to your eyes or slumber to your eyelids.
5 ULB ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର। BSB BSB: Free yourself, like a gazelle from the hand of the hunter, like a bird from the snare of the fowler.
6 ULB ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ। BSB BSB: Walk in the manner of the ant, O slacker; observe its ways and become wise.
7 ULB ତାହାର ବିଚାରକର୍ତ୍ତା କିମ୍ଵା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ, BSB BSB: Without a commander, without an overseer or ruler,
8 ULB ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ। BSB BSB: it prepares its provisions in summer; it gathers its food at harvest.
9 ULB ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ? BSB BSB: How long will you lie there, O slacker? When will you get up from your sleep?
10 ULB ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ, BSB BSB: A little sleep, a little slumber, a little folding of the hands to rest,
11 ULB ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ। BSB BSB: and poverty will come upon you like a robber, and need like a bandit.
12 ULB ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ; BSB BSB: A worthless person, a wicked man, walks with a perverse mouth,
13 ULB ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ; BSB BSB: winking his eyes, speaking with his feet, and pointing with his fingers.
14 ULB ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ। BSB BSB: With deceit in his heart he devises evil; he continually sows discord.
15 ULB ଏଣୁ ତାହାର ବିପଦ ହଠାତ୍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍ ଭଗ୍ନ ହେବ। BSB BSB: Therefore calamity will come upon him suddenly; in an instant he will be shattered beyond recovery.
16 ULB ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ। BSB BSB: There are six things that the LORD hates, seven that are detestable to Him:
17 ULB ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ; BSB BSB: haughty eyes, a lying tongue, hands that shed innocent blood,
18 ULB ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ; BSB BSB: a heart that devises wicked schemes, feet that run swiftly to evil,
19 ULB ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ। BSB BSB: a false witness who gives false testimony, and one who stirs up discord among brothers.
20 ULB ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ। BSB BSB: My son, keep your father’s commandment, and do not forsake your mother’s teaching.
21 ULB ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ। BSB BSB: Bind them always upon your heart; tie them around your neck.
22 ULB ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ। BSB BSB: When you walk, they will guide you; when you lie down, they will watch over you; when you awake, they will speak to you.
23 ULB ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ; BSB BSB: For this commandment is a lamp, this teaching is a light, and the reproofs of discipline are the way to life,
24 ULB ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ। BSB BSB: to keep you from the evil woman, from the smooth tongue of the adulteress.
25 ULB ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ। BSB BSB: Do not lust in your heart for her beauty or let her captivate you with her eyes.
26 ULB ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ। BSB BSB: For the levy of the prostitute is poverty, and the adulteress preys upon your very life.
27 ULB କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କ’ଣ ପୋଡ଼ି ଯିବ ନାହିଁ? BSB BSB: Can a man embrace fire and his clothes not be burned?
28 ULB ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କ’ଣ ଫୋଟକା ହେବ ନାହିଁ? BSB BSB: Can a man walk on hot coals without scorching his feet?
29 ULB ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ। BSB BSB: So is he who sleeps with another man’s wife; no one who touches her will go unpunished.
30 ULB ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ। BSB BSB: Men do not despise the thief if he steals to satisfy his hunger.
31 ULB ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ। BSB BSB: Yet if caught, he must pay sevenfold; he must give up all the wealth of his house.
32 ULB ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣ ନାଶ କରିବ, ସେ ହିଁ ତାହା କରେ। BSB BSB: He who commits adultery lacks judgment; whoever does so destroys himself.
33 ULB ସେ ଆଘାତ ଓ ଅପମାନ ପାଇବ; ପୁଣି, ତାହାର କଳଙ୍କ ମାର୍ଜିତ ହେବ ନାହିଁ। BSB BSB: Wounds and dishonor will befall him, and his reproach will never be wiped away.
34 ULB ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ। BSB BSB: For jealousy enrages a husband, and he will show no mercy in the day of vengeance.
35 ULB ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ। BSB BSB: He will not be appeased by any ransom, or persuaded by lavish gifts.
Select verses for actions: Enter goes to them and Escape comes back.