1 ULB ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର। BSB BSB: Of David. Bless the LORD, O my soul; all that is within me, bless His holy name.
2 ULB ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ; BSB BSB: Bless the LORD, O my soul, and do not forget all His kind deeds—
3 ULB ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି; BSB BSB: He who forgives all your iniquities and heals all your diseases,
4 ULB ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି; BSB BSB: who redeems your life from the Pit and crowns you with loving devotion and compassion,
5 ULB ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ। BSB BSB: who satisfies you with good things, so that your youth is renewed like the eagle’s.
6 ULB ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି। BSB BSB: The LORD executes righteousness and justice for all the oppressed.
7 ULB ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ। BSB BSB: He made known His ways to Moses, His deeds to the people of Israel.
8 ULB ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ। BSB BSB: The LORD is compassionate and gracious, slow to anger, abounding in loving devotion.
9 ULB ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ। BSB BSB: He will not always accuse us, nor harbor His anger forever.
10 ULB ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି। BSB BSB: He has not dealt with us according to our sins or repaid us according to our iniquities.
11 ULB କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ। BSB BSB: For as high as the heavens are above the earth, so great is His loving devotion for those who fear Him.
12 ULB ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି। BSB BSB: As far as the east is from the west, so far has He removed our transgressions from us.
13 ULB ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି। BSB BSB: As a father has compassion on his children, so the LORD has compassion on those who fear Him.
14 ULB କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି। BSB BSB: For He knows our frame; He is mindful that we are dust.
15 ULB ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ। BSB BSB: As for man, his days are like grass—he blooms like a flower of the field;
16 ULB ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ। BSB BSB: when the wind passes over, it vanishes, and its place remembers it no more.
17 ULB ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି, BSB BSB: But from everlasting to everlasting the loving devotion of the LORD extends to those who fear Him, and His righteousness to their children’s children—
18 ULB ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ। BSB BSB: to those who keep His covenant and remember to obey His precepts.
19 ULB ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ। BSB BSB: The LORD has established His throne in heaven, and His kingdom rules over all.
20 ULB ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର। BSB BSB: Bless the LORD, all His angels mighty in strength who carry out His word, who hearken to the voice of His command.
21 ULB ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର। BSB BSB: Bless the LORD, all His hosts, you servants who do His will.
22 ULB ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। BSB BSB: Bless the LORD, all His works in all places of His dominion. Bless the LORD, O my soul!
Select verses for actions: Enter goes to them and Escape comes back.