2 ULB ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ। BSB BSB: He wraps Himself in light as with a garment; He stretches out the heavens like a tent,
3 ULB ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଷ୍ଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ। BSB BSB: laying the beams of His chambers in the waters above, making the clouds His chariot, walking on the wings of the wind.
4 ULB ତୁମ୍ଭେ ବାୟୁକୁ ଆପଣାର ଦୂତ କର; ଅଗ୍ନିଶିଖାକୁ ଆପଣାର ପରିଚାରକ କର। BSB BSB: He makes the winds His messengers, flames of fire His servants.
5 ULB ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ। BSB BSB: He set the earth on its foundations, never to be moved.
6 ULB ତୁମ୍ଭେ ତାହାକୁ ବସ୍ତ୍ର ପରି ବାରିଧିରେ ଆଚ୍ଛାଦନ କଲ; ପର୍ବତଗଣ ଉପରେ ଜଳରାଶି ଠିଆ ହେଲା। BSB BSB: You covered it with the deep like a garment; the waters stood above the mountains.
7 ULB ତୁମ୍ଭ ଧମକରେ ସେସବୁ ପଳାଇଲେ; ତୁମ୍ଭ ବଜ୍ରଧ୍ୱନିରେ ସେସବୁ ଶୀଘ୍ର ଚାଲିଗଲେ; BSB BSB: At Your rebuke the waters fled; at the sound of Your thunder they hurried away—
8 ULB ସେସବୁ ପର୍ବତଗଣ ଉପରେ ଉଠି ଓ ସମସ୍ଥଳରେ ଓହ୍ଲାଇ ସେମାନଙ୍କ ନିମନ୍ତେ ତୁମ୍ଭର ନିରୂପିତ ସ୍ଥାନକୁ ଚାଲିଗଲେ। BSB BSB: the mountains rose and the valleys sank to the place You assigned for them—
9 ULB ସେମାନେ ଯେପରି ସୀମା ଲଙ୍ଘନ ନ କରିବେ ଓ ପୃଥିବୀକୁ ଆଚ୍ଛାଦନ କରିବା ପାଇଁ ପୁନର୍ବାର ଫେରି ନ ଆସିବେ, ଏଥିପାଇଁ ତୁମ୍ଭେ ଏକ ସୀମା ନିରୂପଣ କରିଅଛ। BSB BSB: You set a boundary they cannot cross, that they may never again cover the earth.
11 ULB ତାହା କ୍ଷେତ୍ରସ୍ଥ ପଶୁଗଣକୁ ଜଳ ଯୋଗାଏ, ବନ୍ୟ ଗର୍ଦ୍ଦଭମାନେ ତହିଁରେ ଆପଣା ଆପଣା ତୃଷା ନିବାରଣ କରନ୍ତି। BSB BSB: They give drink to every beast of the field; the wild donkeys quench their thirst.
12 ULB ତହିଁ ନିକଟରେ ଖେଚର ପକ୍ଷୀଗଣ ବସା କରନ୍ତି, ସେମାନେ ଡାଳ ମଧ୍ୟରେ ଗାନ କରନ୍ତି। BSB BSB: The birds of the air nest beside the springs; they sing among the branches.
13 ULB ସେ ଆପଣା ସ୍ବର୍ଗରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି; ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ। BSB BSB: He waters the mountains from His chambers; the earth is satisfied by the fruit of His works.
15 ULB ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି। BSB BSB: wine that gladdens the heart of man, oil that makes his face to shine, and bread that sustains his heart.
16 ULB ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; ଲିବାନୋନରେ ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ; BSB BSB: The trees of the LORD have their fill, the cedars of Lebanon that He planted,
17 ULB ତହିଁ ମଧ୍ୟରେ ପକ୍ଷୀଗଣ ଆପଣା ଆପଣା ବସା ନିର୍ମାଣ କରନ୍ତି; ଦେବଦାରୁ ବୃକ୍ଷ ଚରଳର ଗୃହ। BSB BSB: where the birds build their nests; the stork makes her home in the cypresses.
18 ULB ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ନିମନ୍ତେ ଅଟେ, ଶୈଳସବୁ ଶାଫନ୍ର ଆଶ୍ରୟ। BSB BSB: The high mountains are for the wild goats, the cliffs a refuge for the rock badgers.
19 ULB ସେ ଋତୁ ନିମନ୍ତେ ଚନ୍ଦ୍ର ନିରୂପଣ କରିଅଛନ୍ତି; ସୂର୍ଯ୍ୟ ଆପଣା ଅସ୍ତଗମନ ଜାଣେ। BSB BSB: He made the moon to mark the seasons; the sun knows when to set.
20 ULB ତୁମ୍ଭେ ଅନ୍ଧକାର କଲେ ରାତ୍ରି ହୁଏ; ତହିଁରେ ସକଳ ବନପଶୁ ବାହାରି ଭ୍ରମଣ କରନ୍ତି। BSB BSB: You bring darkness, and it becomes night, when all the beasts of the forest prowl.
22 ULB ସୂର୍ଯ୍ୟୋଦୟ ହେଲେ ସେମାନେ ଚାଲିଯା’ନ୍ତି ଓ ଆପଣା ଆପଣା ଗୁମ୍ଫାରେ ଶୟନ କରନ୍ତି। BSB BSB: The sun rises, and they withdraw; they lie down in their dens.
23 ULB ମନୁଷ୍ୟ ଆପଣା କାର୍ଯ୍ୟକୁ ଓ ସନ୍ଧ୍ୟାକାଳ ପର୍ଯ୍ୟନ୍ତ ଆପଣା ପରିଶ୍ରମକୁ ବାହାରେ। BSB BSB: Man goes forth to his work and to his labor until evening.
24 ULB ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ। BSB BSB: How many are Your works, O LORD! In wisdom You have made them all; the earth is full of Your creatures.
25 ULB ସେହି ସମୁଦ୍ର ବୃହତ ଓ ପ୍ରଶସ୍ତ, ତହିଁ ମଧ୍ୟରେ ଜଳଚର, କ୍ଷୁଦ୍ର ଓ ବୃହତ ଅସଂଖ୍ୟ ଜନ୍ତୁ ଅଛନ୍ତି। BSB BSB: Here is the sea, vast and wide, teeming with creatures beyond number, living things both great and small.
26 ULB ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ ଥାଏ। BSB BSB: There the ships pass, and Leviathan, which You formed to frolic there.
28 ULB ଯାହା ତୁମ୍ଭେ ସେମାନଙ୍କୁ ଦିଅ, ତାହା ସେମାନେ ସାଉଣ୍ଟନ୍ତି। ତୁମ୍ଭେ ଆପଣା ହସ୍ତ ମେଲାଇଲେ, ସେମାନେ ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହୁଅନ୍ତି। BSB BSB: When You give it to them, they gather it up; when You open Your hand, they are satisfied with good things.
29 ULB ତୁମ୍ଭେ ଆପଣା ମୁଖ ଲୁଚାଇଲେ, ସେମାନେ ବ୍ୟାକୁଳ ହୁଅନ୍ତି; ତୁମ୍ଭେ ସେମାନଙ୍କ ନିଃଶ୍ୱାସ ହରଣ କଲେ, ସେମାନେ ମରନ୍ତି ଓ ପୁନର୍ବାର ଧୂଳିରେ ମିଶିଯା’ନ୍ତି। BSB BSB: When You hide Your face, they are terrified; when You take away their breath, they die and return to dust.
30 ULB ତୁମ୍ଭେ ଆପଣା ଆତ୍ମା ପଠାଇଲେ, ସେମାନେ ସୃଷ୍ଟ ହୁଅନ୍ତି; ଆଉ, ତୁମ୍ଭେ ଭୂମିର ମୁଖ ନୂତନ କରୁଥାଅ। BSB BSB: When You send Your Spirit, they are created, and You renew the face of the earth.
31 ULB ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ। BSB BSB: May the glory of the LORD endure forever; may the LORD rejoice in His works.
32 ULB ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି। BSB BSB: He looks on the earth, and it trembles; He touches the mountains, and they smolder.
33 ULB ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। BSB BSB: I will sing to the LORD all my life; I will sing praise to my God while I have my being.
34 ULB ତାହାଙ୍କ ପ୍ରତି ମୋ’ ଧ୍ୟାନ ସୁମିଷ୍ଟ ହେଉ; ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। BSB BSB: May my meditation be pleasing to Him, for I rejoice in the LORD.
35 ULB ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। BSB BSB: May sinners vanish from the earth and the wicked be no more. Bless the LORD, O my soul. Hallelujah!
Select verses for actions: Enter goes to them and Escape comes back.