1 ULB ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି। BSB BSB: A song. A Psalm of David. My heart is steadfast, O God; I will sing and make music with all my being.
2 ULB ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି। BSB BSB: Awake, O harp and lyre! I will awaken the dawn.
3 ULB ହେ ସଦାପ୍ରଭୁ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି। BSB BSB: I will praise You, O LORD, among the nations; I will sing Your praises among the peoples.
4 ULB ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ; BSB BSB: For Your loving devotion extends beyond the heavens, and Your faithfulness reaches to the clouds.
5 ULB ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ। BSB BSB: Be exalted, O God, above the heavens; may Your glory cover all the earth.
6 ULB ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ। BSB BSB: Respond and save us with Your right hand, that Your beloved may be delivered.
7 ULB ପରମେଶ୍ୱର ଆପଣା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି। BSB BSB: God has spoken from His sanctuary: “I will triumph! I will parcel out Shechem and apportion the Valley of Succoth.
8 ULB ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋ’ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ଡ। BSB BSB: Gilead is Mine, and Manasseh is Mine; Ephraim is My helmet, Judah is My scepter.
9 ULB ମୋୟାବ ମୋ’ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି। BSB BSB: Moab is My washbasin; upon Edom I toss My sandal; over Philistia I shout in triumph.”
10 ULB କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?” BSB BSB: Who will bring me to the fortified city? Who will lead me to Edom?
11 ULB ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ। BSB BSB: Have You not rejected us, O God? Will You no longer march out, O God, with our armies?
12 ULB ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା। BSB BSB: Give us aid against the enemy, for the help of man is worthless.
13 ULB ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ। BSB BSB: With God we will perform with valor, and He will trample our enemies.
Select verses for actions: Enter goes to them and Escape comes back.