1 ULB ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମଙ୍ଗଳମୟ; ହଁ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। BSB BSB: Give thanks to the LORD, for He is good; His loving devotion endures forever.
2 ULB ଇସ୍ରାଏଲ ଏବେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।” BSB BSB: Let Israel say, “His loving devotion endures forever.”
3 ULB ହାରୋଣ-ବଂଶ ଏବେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।” BSB BSB: Let the house of Aaron say, “His loving devotion endures forever.”
4 ULB ଏବେ ସଦାପ୍ରଭୁଙ୍କର ଭୟକାରୀମାନେ କହନ୍ତୁ ଯେ, “ତାହାଙ୍କ କରୁଣା ଅନନ୍ତକାଳସ୍ଥାୟୀ।” BSB BSB: Let those who fear the LORD say, “His loving devotion endures forever.”
5 ULB ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ। BSB BSB: In my distress I called to the LORD, and He answered and set me free.
6 ULB ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରି ପାରେ? BSB BSB: The LORD is on my side; I will not be afraid. What can man do to me?
7 ULB ମୋହର ସହାୟମାନଙ୍କ ସହିତ ସଦାପ୍ରଭୁ ମୋହର ସପକ୍ଷ; ଏହେତୁ ମୁଁ ଆପଣା ଘୃଣାକାରୀମାନଙ୍କ ଉପରେ ଆପଣା ବାଞ୍ଛାର ସିଦ୍ଧି ଦେଖିବି। BSB BSB: The LORD is on my side; He is my helper. Therefore I will look in triumph on those who hate me.
8 ULB ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ। BSB BSB: It is better to take refuge in the LORD than to trust in man.
9 ULB ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ। BSB BSB: It is better to take refuge in the LORD than to trust in princes.
10 ULB ସମୁଦାୟ ଗୋଷ୍ଠୀବର୍ଗ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। BSB BSB: All the nations surrounded me, but in the name of the LORD I cut them off.
11 ULB ସେମାନେ ମୋତେ ଚାରିଆଡ଼େ ଘେରିଲେ; ହଁ, ସେମାନେ ମୋତେ ଚାରିଆଡ଼େ ଘେରିଲେ; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। BSB BSB: They surrounded me on every side, but in the name of the LORD I cut them off.
12 ULB ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି। BSB BSB: They swarmed around me like bees, but they were extinguished like burning thorns; in the name of the LORD I cut them off.
13 ULB ମୁଁ ଯେପରି ନିପତିତ ହେବି, ଏଥିପାଇଁ ତୁମ୍ଭେ ମୋତେ ଭାରୀ ଧକ୍କା ଦେଲ; ମାତ୍ର ସଦାପ୍ରଭୁ ମୋହର ସାହାଯ୍ୟ କଲେ। BSB BSB: I was pushed so hard I was falling, but the LORD helped me.
14 ULB ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି। BSB BSB: The LORD is my strength and my song, and He has become my salvation.
15 ULB ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ପରିତ୍ରାଣର ଧ୍ୱନି ଥାଏ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ। BSB BSB: Shouts of joy and salvation resound in the tents of the righteous: “The right hand of the LORD performs with valor!
16 ULB ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ଉନ୍ନତ; ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବୀରର କର୍ମ କରେ। BSB BSB: The right hand of the LORD is exalted! The right hand of the LORD performs with valor!”
17 ULB ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି। BSB BSB: I will not die, but I will live and proclaim what the LORD has done.
18 ULB ସଦାପ୍ରଭୁ ମୋତେ ଭାରୀ ଶାସ୍ତି ଦେଇଅଛନ୍ତି; ମାତ୍ର ସେ ମୃତ୍ୟୁୁ ହସ୍ତରେ ମୋତେ ସମର୍ପି ଦେଇ ନାହାନ୍ତି। BSB BSB: The LORD disciplined me severely, but He has not given me over to death.
19 ULB ମୋ’ ପାଇଁ ଦ୍ୱାରସବୁ ଫିଟାଅ ଯଦ୍ଵାରା ଧାର୍ମିକମାନେ ପ୍ରବେଶ କରନ୍ତି; ମୁଁ ତହିଁ ମଧ୍ୟରେ ପ୍ରବେଶ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। BSB BSB: Open to me the gates of righteousness, that I may enter and give thanks to the LORD.
20 ULB ଏହି ସଦାପ୍ରଭୁଙ୍କ ଦ୍ୱାର; ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରିବେ। BSB BSB: This is the gate of the LORD; the righteous shall enter through it.
21 ULB ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି। BSB BSB: I will give You thanks, for You have answered me, and You have become my salvation.
22 ULB ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି। BSB BSB: The stone the builders rejected has become the cornerstone.
23 ULB ଏହା ସଦାପ୍ରଭୁଙ୍କ କର୍ମ; ଏହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟ। BSB BSB: This is from the LORD, and it is marvelous in our eyes.
24 ULB ଏହା ସଦାପ୍ରଭୁଙ୍କ କୃତ ଦିନ; ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା। BSB BSB: This is the day that the LORD has made; we will rejoice and be glad in it.
25 ULB ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର; ହେ ସଦାପ୍ରଭୁ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର। BSB BSB: O LORD, save us, we pray. We beseech You, O LORD, cause us to prosper!
26 ULB ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ। BSB BSB: Blessed is he who comes in the name of the LORD. From the house of the LORD we bless you.
27 ULB ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ। BSB BSB: The LORD is God; He has made His light to shine upon us. Bind the festal sacrifice with cords to the horns of the altar.
28 ULB ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି। BSB BSB: You are my God, and I will give You thanks. You are my God, and I will exalt You.
29 ULB ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ। BSB BSB: Give thanks to the LORD, for He is good; His loving devotion endures forever.
Select verses for actions: Enter goes to them and Escape comes back.