1 ULB ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର। BSB BSB: Hallelujah! Praise the name of the LORD. Give praise, O servants of the LORD,
2 ULB ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ BSB BSB: who stand in the house of the LORD, in the courts of the house of our God.
3 ULB ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର। BSB BSB: Hallelujah, for the LORD is good; sing praises to His name, for it is lovely.
4 ULB ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି। BSB BSB: For the LORD has chosen Jacob as His own, Israel as His treasured possession.
5 ULB କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ। BSB BSB: For I know that the LORD is great; our Lord is above all gods.
6 ULB ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି। BSB BSB: The LORD does all that pleases Him in the heavens and on the earth, in the seas and in all their depths.
7 ULB ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି। BSB BSB: He causes the clouds to rise from the ends of the earth. He generates the lightning with the rain and brings forth the wind from His storehouses.
8 ULB ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ। BSB BSB: He struck down the firstborn of Egypt, of both man and beast.
9 ULB ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ। BSB BSB: He sent signs and wonders into your midst, O Egypt, against Pharaoh and all his servants.
10 ULB ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ, BSB BSB: He struck down many nations and slaughtered mighty kings:
11 ULB ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ। BSB BSB: Sihon king of the Amorites, Og king of Bashan, and all the kings of Canaan.
12 ULB ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ। BSB BSB: He gave their land as an inheritance, as a heritage to His people Israel.
13 ULB ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ। BSB BSB: Your name, O LORD, endures forever, Your renown, O LORD, through all generations.
14 ULB ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ। BSB BSB: For the LORD will vindicate His people and will have compassion on His servants.
15 ULB ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ। BSB BSB: The idols of the nations are silver and gold, made by the hands of men.
16 ULB ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ; BSB BSB: They have mouths, but cannot speak; they have eyes, but cannot see;
17 ULB ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ। BSB BSB: they have ears, but cannot hear; nor is there breath in their mouths.
18 ULB ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ। BSB BSB: Those who make them become like them, as do all who trust in them.
19 ULB ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; BSB BSB: O house of Israel, bless the LORD; O house of Aaron, bless the LORD;
20 ULB ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। BSB BSB: O house of Levi, bless the LORD; you who fear the LORD, bless the LORD!
21 ULB ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। BSB BSB: Blessed be the LORD from Zion—He who dwells in Jerusalem. Hallelujah!
Select verses for actions: Enter goes to them and Escape comes back.