Psalm 138 138 Psalms Book 5 Odia Unlocked Literal Bible 1 ULB ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି। BSB BSB: Of David. I give You thanks with all my heart; before the gods I sing Your praises.
2 ULB ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ। BSB BSB: I bow down toward Your holy temple and give thanks to Your name for Your loving devotion and Your faithfulness; You have exalted Your name and Your word above all else.
3 ULB ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋ’ ପ୍ରାଣକୁ ବଳ ଦେଇ ସାହସିକ କଲ। BSB BSB: On the day I called, You answered me; You emboldened me and strengthened my soul.
4 ULB ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି। BSB BSB: All the kings of the earth will give You thanks, O LORD, when they hear the words of Your mouth.
5 ULB ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍। BSB BSB: They will sing of the ways of the LORD, for the glory of the LORD is great.
6 ULB ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି। BSB BSB: Though the LORD is on high, He attends to the lowly; but the proud He knows from afar.
7 ULB ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। BSB BSB: If I walk in the midst of trouble, You preserve me from the anger of my foes; You extend Your hand, and Your right hand saves me.
8 ULB ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ। BSB BSB: The LORD will fulfill His purpose for me. O LORD, Your loving devotion endures forever—do not abandon the works of Your hands.
Select verses for actions: Enter goes to them and Escape comes back.
Chapter complete
You’ve read Psalm 138
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 138, and keep Opened free for readers who can’t pay.