2 ULB ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ। BSB BSB: You know when I sit and when I rise; You understand my thoughts from afar.
3 ULB ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ। BSB BSB: You search out my path and my lying down; You are aware of all my ways.
4 ULB କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ। BSB BSB: Even before a word is on my tongue, You know all about it, O LORD.
5 ULB ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋ’ ଉପରେ ଆପଣା ହସ୍ତ ରଖିଅଛ। BSB BSB: You hem me in behind and before; You have laid Your hand upon me.
6 ULB ଏହି ପ୍ରକାର ଜ୍ଞାନ ମୋ’ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋ’ ବୋଧର ଅଗମ୍ୟ। BSB BSB: Such knowledge is too wonderful for me, too lofty for me to attain.
8 ULB ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ BSB BSB: If I ascend to the heavens, You are there; if I make my bed in Sheol, You are there.
9 ULB ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତ ସୀମାରେ ବାସ କରେ; BSB BSB: If I rise on the wings of the dawn, if I settle by the farthest sea,
10 ULB ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ। BSB BSB: even there Your hand will guide me; Your right hand will hold me fast.
11 ULB ଯଦି ମୁଁ କହେ, “ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋ’ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,” BSB BSB: If I say, “Surely the darkness will hide me, and the light become night around me”—
12 ULB ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ। BSB BSB: even the darkness is not dark to You, but the night shines like the day, for darkness is as light to You.
14 ULB ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ। BSB BSB: I praise You, for I am fearfully and wonderfully made. Marvelous are Your works, and I know this very well.
15 ULB ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା। BSB BSB: My frame was not hidden from You when I was made in secret, when I was woven together in the depths of the earth.
16 ULB ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା। BSB BSB: Your eyes saw my unformed body; all my days were written in Your book and ordained for me before one of them came to be.
17 ULB ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋ’ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ! BSB BSB: How precious to me are Your thoughts, O God, how vast is their sum!
18 ULB ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ। BSB BSB: If I were to count them, they would outnumber the grains of sand; and when I awake, I am still with You.
19 ULB ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋ’ ନିକଟରୁ ଦୂର ହୁଅ। BSB BSB: O God, that You would slay the wicked—away from me, you bloodthirsty men—
20 ULB କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି। BSB BSB: who speak of You deceitfully; Your enemies take Your name in vain.
21 ULB ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ’ଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ’ଣ ବିରକ୍ତ ହେଉ ନାହିଁ? BSB BSB: Do I not hate those who hate You, O LORD, and detest those who rise against You?
22 ULB ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ। BSB BSB: I hate them with perfect hatred; I count them as my enemies.
23 ULB ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋ’ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ; BSB BSB: Search me, O God, and know my heart; test me and know my concerns.
24 ULB ଆଉ, ମୋ’ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ। BSB BSB: See if there is any offensive way in me; lead me in the way everlasting.
Select verses for actions: Enter goes to them and Escape comes back.