1 ULB ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ; ମୋ’ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ। BSB BSB: A Psalm of David. O LORD, hear my prayer. In Your faithfulness, give ear to my plea; in Your righteousness, answer me.
2 ULB ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ। BSB BSB: Do not bring Your servant into judgment, for no one alive is righteous before You.
3 ULB ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି; ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି। BSB BSB: For the enemy has pursued my soul, crushing my life to the ground, making me dwell in darkness like those long since dead.
4 ULB ଏହେତୁ ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍ବିଗ୍ନ ହୋଇଅଛି; ମୋ’ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି। BSB BSB: My spirit grows faint within me; my heart is dismayed inside me.
5 ULB ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି। BSB BSB: I remember the days of old; I meditate on all Your works; I consider the work of Your hands.
6 ULB ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। ସେଲା BSB BSB: I stretch out my hands to You; my soul thirsts for You like a parched land. Selah
7 ULB ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି। BSB BSB: Answer me quickly, O LORD; my spirit fails. Do not hide Your face from me, or I will be like those who descend to the Pit.
8 ULB ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ। BSB BSB: Let me hear Your loving devotion in the morning, for I have put my trust in You. Teach me the way I should walk, for to You I lift up my soul.
9 ULB ହେ ସଦାପ୍ରଭୁ, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ। BSB BSB: Deliver me from my enemies, O LORD; I flee to You for refuge.
10 ULB ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ। BSB BSB: Teach me to do Your will, for You are my God. May Your good Spirit lead me on level ground.
11 ULB ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋ’ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ। BSB BSB: For the sake of Your name, O LORD, revive me. In Your righteousness, bring my soul out of trouble.
12 ULB ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋ’ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋ’ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ। BSB BSB: And in Your loving devotion, cut off my enemies. Destroy all who afflict me, for I am Your servant.
Select verses for actions: Enter goes to them and Escape comes back.