1 ULB ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋ’ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋ’ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି। BSB BSB: Of David. Blessed be the LORD, my Rock, who trains my hands for war, my fingers for battle.
2 ULB ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋ’ ପଦତଳେ ବଶୀଭୂତ କରନ୍ତି। BSB BSB: He is my steadfast love and my fortress, my stronghold and my deliverer. He is my shield, in whom I take refuge, who subdues peoples under me.
3 ULB ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର? BSB BSB: O LORD, what is man, that You regard him, the son of man that You think of him?
4 ULB ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ। BSB BSB: Man is like a breath; his days are like a passing shadow.
5 ULB ହେ ସଦାପ୍ରଭୁ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ। BSB BSB: Part Your heavens, O LORD, and come down; touch the mountains, that they may smoke.
6 ULB ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର। BSB BSB: Flash forth Your lightning and scatter them; shoot Your arrows and rout them.
7 ULB ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ BSB BSB: Reach down from on high; set me free and rescue me from the deep waters, from the grasp of foreigners,
8 ULB ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। BSB BSB: whose mouths speak falsehood, whose right hands are deceitful.
9 ULB ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି। BSB BSB: I will sing to You a new song, O God; on a harp of ten strings I will make music to You—
10 ULB ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି। BSB BSB: to Him who gives victory to kings, who frees His servant David from the deadly sword.
11 ULB ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। BSB BSB: Set me free and rescue me from the grasp of foreigners, whose mouths speak falsehood, whose right hands are deceitful.
12 ULB ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ; BSB BSB: Then our sons will be like plants nurtured in their youth, our daughters like corner pillars carved to adorn a palace.
13 ULB ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ; BSB BSB: Our storehouses will be full, supplying all manner of produce; our flocks will bring forth thousands, tens of thousands in our fields.
14 ULB ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ; BSB BSB: Our oxen will bear great loads. There will be no breach in the walls, no going into captivity, and no cry of lament in our streets.
15 ULB ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ! BSB BSB: Blessed are the people of whom this is so; blessed are the people whose God is the LORD.
Select verses for actions: Enter goes to them and Escape comes back.