1 ULB ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି, BSB BSB: A Psalm of praise. Of David. I will exalt You, my God and King; I will bless Your name forever and ever.
2 ULB ପ୍ରତି ଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି। BSB BSB: Every day I will bless You, and I will praise Your name forever and ever.
3 ULB ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ। BSB BSB: Great is the LORD and greatly to be praised; His greatness is unsearchable.
4 ULB ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ। BSB BSB: One generation will commend Your works to the next, and will proclaim Your mighty acts—
5 ULB ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି। BSB BSB: the glorious splendor of Your majesty. And I will meditate on Your wondrous works.
6 ULB ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି। BSB BSB: They will proclaim the power of Your awesome deeds, and I will declare Your greatness.
7 ULB ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ। BSB BSB: They will extol the fame of Your abundant goodness and sing joyfully of Your righteousness.
8 ULB ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ। BSB BSB: The LORD is gracious and compassionate, slow to anger and abounding in loving devotion.
9 ULB ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ। BSB BSB: The LORD is good to all; His compassion rests on all He has made.
10 ULB ହେ ସଦାପ୍ରଭୁ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ; BSB BSB: All You have made will give You thanks, O LORD, and Your saints will bless You.
11 ULB ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି, BSB BSB: They will tell of the glory of Your kingdom and speak of Your might,
12 ULB ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ। BSB BSB: to make known to men Your mighty acts and the glorious splendor of Your kingdom.
13 ULB ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ। BSB BSB: Your kingdom is an everlasting kingdom, and Your dominion endures through all generations. The LORD is faithful in all His words and kind in all His actions.
14 ULB ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି। BSB BSB: The LORD upholds all who fall and lifts up all who are bowed down.
15 ULB ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ। BSB BSB: The eyes of all look to You, and You give them their food in season.
16 ULB ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ। BSB BSB: You open Your hand and satisfy the desire of every living thing.
17 ULB ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି, BSB BSB: The LORD is righteous in all His ways and kind in all His deeds.
18 ULB ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି। BSB BSB: The LORD is near to all who call on Him, to all who call out to Him in truth.
19 ULB ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ। BSB BSB: He fulfills the desires of those who fear Him; He hears their cry and saves them.
20 ULB ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ। BSB BSB: The LORD preserves all who love Him, but all the wicked He will destroy.
21 ULB ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ। BSB BSB: My mouth will declare the praise of the LORD; let every creature bless His holy name forever and ever.
Select verses for actions: Enter goes to them and Escape comes back.