Psalm 146 146 Psalms Book 5 Odia Unlocked Literal Bible 1 ULB ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର। BSB BSB: Hallelujah! Praise the LORD, O my soul.
2 ULB ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି। BSB BSB: I will praise the LORD all my life; I will sing praises to my God while I have my being.
3 ULB ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ। BSB BSB: Put not your trust in princes, in mortal man, who cannot save.
4 ULB ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ। BSB BSB: When his spirit departs, he returns to the ground; on that very day his plans perish.
5 ULB ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ; BSB BSB: Blessed is he whose help is the God of Jacob, whose hope is in the LORD his God,
6 ULB ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି; BSB BSB: the Maker of heaven and earth, the sea, and everything in them. He remains faithful forever.
7 ULB ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି। BSB BSB: He executes justice for the oppressed and gives food to the hungry. The LORD sets the prisoners free,
8 ULB ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। BSB BSB: the LORD opens the eyes of the blind, the LORD lifts those who are weighed down, the LORD loves the righteous.
9 ULB ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି। BSB BSB: The LORD protects foreigners; He sustains the fatherless and the widow, but the ways of the wicked He frustrates.
10 ULB ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। BSB BSB: The LORD reigns forever, your God, O Zion, for all generations. Hallelujah!
Select verses for actions: Enter goes to them and Escape comes back.
Chapter complete
You’ve read Psalm 146
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 146, and keep Opened free for readers who can’t pay.