1 ULB ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। କାରଣ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାର ଉତ୍ତମ; ଯେହେତୁ ତାହା ମନୋହର ଓ ପ୍ରଶଂସା ଶୋଭନୀୟ। BSB BSB: Hallelujah! How good it is to sing praises to our God, how pleasant and lovely to praise Him!
2 ULB ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି। BSB BSB: The LORD builds up Jerusalem; He gathers the exiles of Israel.
3 ULB ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି। BSB BSB: He heals the brokenhearted and binds up their wounds.
4 ULB ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି। BSB BSB: He determines the number of the stars; He calls them each by name.
5 ULB ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ। BSB BSB: Great is our Lord, and mighty in power; His understanding has no limit.
6 ULB ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍ କରନ୍ତି। BSB BSB: The LORD sustains the humble, but casts the wicked to the ground.
7 ULB ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର; BSB BSB: Sing to the LORD with thanksgiving; make music on the harp to our God,
8 ULB ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି। BSB BSB: who covers the sky with clouds, who prepares rain for the earth, who makes grass to grow on the hills.
9 ULB ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି। BSB BSB: He provides food for the animals, and for the young ravens when they call.
10 ULB ସେ ଅଶ୍ୱର ବଳରେ ସନ୍ତୁଷ୍ଟ ନୁହଁନ୍ତି; ସେ ମନୁଷ୍ୟର ଚରଣରେ ତୁଷ୍ଟ ନୁହଁନ୍ତି। BSB BSB: He does not delight in the strength of the horse; He takes no pleasure in the legs of a man.
11 ULB ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି। BSB BSB: The LORD is pleased with those who fear Him, who hope in His loving devotion.
12 ULB ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର; BSB BSB: Exalt the LORD, O Jerusalem; praise your God, O Zion!
13 ULB କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି। BSB BSB: For He strengthens the bars of your gates and blesses the children within you.
14 ULB ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି। BSB BSB: He makes peace at your borders; He fills you with the finest wheat.
15 ULB ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ। BSB BSB: He sends forth His command to the earth; His word runs swiftly.
16 ULB ସେ ମେଷଲୋମ ପରି ତୁଷାର ଦିଅନ୍ତି; ସେ ଭସ୍ମ ତୁଲ୍ୟ ନୀହାର ବିଞ୍ଚି ଦିଅନ୍ତି। BSB BSB: He spreads the snow like wool; He scatters the frost like ashes;
17 ULB ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ? BSB BSB: He casts forth His hail like pebbles. Who can withstand His icy blast?
18 ULB ସେ ଆପଣା ବାକ୍ୟ ପଠାଇ ସେସବୁ ତରଳାଇ ପକାନ୍ତି; ସେ ଆପଣା ବାୟୁ ବହାଇଲେ ଜଳ ପ୍ରବାହିତ ହୁଏ। BSB BSB: He sends forth His word and melts them; He unleashes His winds, and the waters flow.
19 ULB ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି। BSB BSB: He declares His word to Jacob, His statutes and judgments to Israel.
20 ULB ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। BSB BSB: He has done this for no other nation; they do not know His judgments. Hallelujah!
Select verses for actions: Enter goes to them and Escape comes back.