1 ULB ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର। BSB BSB: Hallelujah! Praise the LORD from the heavens; praise Him in the highest places.
2 ULB ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। BSB BSB: Praise Him, all His angels; praise Him, all His heavenly hosts.
3 ULB ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। BSB BSB: Praise Him, O sun and moon; praise Him, all you shining stars.
4 ULB ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। BSB BSB: Praise Him, O highest heavens, and you waters above the skies.
5 ULB ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ। BSB BSB: Let them praise the name of the LORD, for He gave the command and they were created.
6 ULB ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ। BSB BSB: He established them forever and ever; He issued a decree that will never pass away.
7 ULB ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି; BSB BSB: Praise the LORD from the earth, all great sea creatures and ocean depths,
8 ULB ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ; BSB BSB: lightning and hail, snow and clouds, powerful wind fulfilling His word,
9 ULB ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ; BSB BSB: mountains and all hills, fruit trees and all cedars,
10 ULB ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ; BSB BSB: wild animals and all cattle, crawling creatures and flying birds,
11 ULB ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା। BSB BSB: kings of the earth and all peoples, princes and all rulers of the earth,
12 ULB ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ; BSB BSB: young men and maidens, old and young together.
13 ULB ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ। BSB BSB: Let them praise the name of the LORD, for His name alone is exalted; His splendor is above the earth and the heavens.
14 ULB ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇ ଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। BSB BSB: He has raised up a horn for His people, the praise of all His saints, of Israel, a people near to Him. Hallelujah!
Select verses for actions: Enter goes to them and Escape comes back.