1 ULB ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ। BSB BSB: For the choirmaster. Of David the servant of the LORD, who sang this song to the LORD on the day the LORD had delivered him from the hand of all his enemies and from the hand of Saul. He said: I love You, O LORD, my strength.
2 ULB ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ। BSB BSB: The LORD is my rock, my fortress, and my deliverer. My God is my rock, in whom I take refuge, my shield, and the horn of my salvation, my stronghold.
3 ULB ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି। BSB BSB: I will call upon the LORD, who is worthy to be praised; so shall I be saved from my enemies.
4 ULB ମୃତ୍ୟୁୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା। BSB BSB: The cords of death encompassed me; the torrents of chaos overwhelmed me.
5 ULB ପାତାଳର ରଜ୍ଜୁସବୁ ମୋ’ ଚାରିଆଡ଼େ ଥିଲା; ମୃତ୍ୟୁୁର ଫାନ୍ଦ ମୋ’ ଉପରେ ପଡ଼ିଲା। BSB BSB: The cords of Sheol entangled me; the snares of death confronted me.
6 ULB ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ’ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା। BSB BSB: In my distress I called upon the LORD; I cried to my God for help. From His temple He heard my voice, and my cry for His help reached His ears.
7 ULB ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା। BSB BSB: Then the earth shook and quaked, and the foundations of the mountains trembled; they were shaken because He burned with anger.
8 ULB ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା। BSB BSB: Smoke rose from His nostrils, and consuming fire came from His mouth; glowing coals blazed forth.
9 ULB ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା। BSB BSB: He parted the heavens and came down with dark clouds beneath His feet.
10 ULB ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ। BSB BSB: He mounted a cherub and flew; He soared on the wings of the wind.
11 ULB ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ। BSB BSB: He made darkness His hiding place, and storm clouds a canopy around Him.
12 ULB ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା। BSB BSB: From the brightness of His presence His clouds advanced—hailstones and coals of fire.
13 ULB ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ। BSB BSB: The LORD thundered from heaven; the voice of the Most High resounded—hailstones and coals of fire.
14 ULB ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ। BSB BSB: He shot His arrows and scattered the foes; He hurled lightning and routed them.
15 ULB ସେତେବେଳେ, ହେ ସଦାପ୍ରଭୁ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା। BSB BSB: The channels of the sea appeared, and the foundations of the world were exposed, at Your rebuke, O LORD, at the blast of the breath of Your nostrils.
16 ULB ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ, BSB BSB: He reached down from on high and took hold of me; He drew me out of deep waters.
17 ULB ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋ’ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ। BSB BSB: He rescued me from my powerful enemy, from foes too mighty for me.
18 ULB ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ। BSB BSB: They confronted me in my day of calamity, but the LORD was my support.
19 ULB ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋ’ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ। BSB BSB: He brought me out into the open; He rescued me because He delighted in me.
20 ULB ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋ’ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ। BSB BSB: The LORD has rewarded me according to my righteousness; He has repaid me according to the cleanness of my hands.
21 ULB କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ। BSB BSB: For I have kept the ways of the LORD and have not wickedly departed from my God.
22 ULB ଆଉ, ତାହାଙ୍କ ଶାସନସବୁ ମୋ’ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ। BSB BSB: For all His ordinances are before me; I have not disregarded His statutes.
23 ULB ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି। BSB BSB: And I have been blameless before Him and kept myself from iniquity.
24 ULB ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋ’ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇ ଅଛନ୍ତି। BSB BSB: So the LORD has repaid me according to my righteousness, according to the cleanness of my hands in His sight.
25 ULB ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ; BSB BSB: To the faithful You show Yourself faithful, to the blameless You show Yourself blameless;
26 ULB ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ; BSB BSB: to the pure You show Yourself pure, but to the crooked You show Yourself shrewd.
27 ULB କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ। BSB BSB: For You save an afflicted people, but You humble those with haughty eyes.
28 ULB ଯେଣୁ ତୁମ୍ଭେ ମୋ’ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋ’ ପରମେଶ୍ୱର ମୋ’ ଅନ୍ଧକାରକୁ ଆଲୁଅମୟ କରିବେ। BSB BSB: For You, O LORD, light my lamp; my God lights up my darkness.
29 ULB କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋ’ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ। BSB BSB: For in You I can charge an army, and with my God I can scale a wall.
30 ULB ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ। BSB BSB: As for God, His way is perfect; the word of the LORD is flawless. He is a shield to all who take refuge in Him.
31 ULB କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ? BSB BSB: For who is God besides the LORD? And who is the Rock except our God?
32 ULB ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି। BSB BSB: It is God who arms me with strength and makes my way clear.
33 ULB ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋ’ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି। BSB BSB: He makes my feet like those of a deer and stations me upon the heights.
34 ULB ସେ ମୋ’ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋ’ ବାହୁ ପିତ୍ତଳ ଧନୁ ନୁଆଁଏ। BSB BSB: He trains my hands for battle; my arms can bend a bow of bronze.
35 ULB ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି। BSB BSB: You have given me Your shield of salvation; Your right hand upholds me, and Your gentleness exalts me.
36 ULB ତୁମ୍ଭେ ମୋ’ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋ’ ପାଦ ଖସି ଯାଇ ନାହିଁ। BSB BSB: You broaden the path beneath me so that my ankles do not give way.
37 ULB ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ। BSB BSB: I pursued my enemies and overtook them; I did not turn back until they were consumed.
38 ULB ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋ’ ପଦ ତଳେ ପତିତ ହେବେ। BSB BSB: I crushed them so they could not rise; they have fallen under my feet.
39 ULB କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋ’ କଟି ବାନ୍ଧିଅଛ; ମୋ’ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ। BSB BSB: You have armed me with strength for battle; You have subdued my foes beneath me.
40 ULB ମଧ୍ୟ ତୁମ୍ଭେ ମୋ’ ଶତ୍ରୁମାନଙ୍କୁ ମୋ’ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି। BSB BSB: You have made my enemies retreat before me; I destroyed those who hated me.
41 ULB ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ। BSB BSB: They cried for help, but there was no one to save them—to the LORD, but He did not answer.
42 ULB ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି। BSB BSB: I ground them as dust in the face of the wind; I trampled them like mud in the streets.
43 ULB ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ। BSB BSB: You have delivered me from the strife of the people; You have made me the head of nations; a people I had not known shall serve me.
44 ULB ସେମାନେ ମୋର ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ। BSB BSB: When they hear me, they obey me; foreigners cower before me.
45 ULB ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ। BSB BSB: Foreigners lose heart and come trembling from their strongholds.
46 ULB ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ। BSB BSB: The LORD lives, and blessed be my Rock! And may the God of my salvation be exalted—
47 ULB ସେହି ପରମେଶ୍ୱର ମୋ’ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି। BSB BSB: the God who avenges me and subdues nations beneath me,
48 ULB ସେ ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ। BSB BSB: who delivers me from my enemies. You exalt me above my foes; You rescue me from violent men.
49 ULB ଏହେତୁ, ହେ ସଦାପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି। BSB BSB: Therefore I will praise You, O LORD, among the nations; I will sing praises to Your name.
50 ULB ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି। BSB BSB: Great salvation He brings to His king. He shows loving devotion to His anointed, to David and his descendants forever.
Select verses for actions: Enter goes to them and Escape comes back.