2 ULB ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। BSB BSB: Day after day they pour forth speech; night after night they reveal knowledge.
3 ULB କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ। BSB BSB: Without speech or language, without a sound to be heard,
4 ULB ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି, BSB BSB: their voice has gone out into all the earth, their words to the ends of the world. In the heavens He has pitched a tent for the sun.
5 ULB ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ। BSB BSB: Like a bridegroom emerging from his chamber, like a champion rejoicing to run his course,
6 ULB ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ। BSB BSB: it rises at one end of the heavens and runs its circuit to the other; nothing is deprived of its warmth.
7 ULB ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ BSB BSB: The Law of the LORD is perfect, reviving the soul; the testimony of the LORD is trustworthy, making wise the simple.
8 ULB ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ। BSB BSB: The precepts of the LORD are right, bringing joy to the heart; the commandments of the LORD are radiant, giving light to the eyes.
9 ULB ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ। BSB BSB: The fear of the LORD is pure, enduring forever; the judgments of the LORD are true, being altogether righteous.
10 ULB ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ। BSB BSB: They are more precious than gold, than much pure gold; they are sweeter than honey, than honey from the comb.
11 ULB ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ। BSB BSB: By them indeed Your servant is warned; in keeping them is great reward.
12 ULB ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର। BSB BSB: Who can discern his own errors? Cleanse me from my hidden faults.
13 ULB ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋ’ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି। BSB BSB: Keep Your servant also from willful sins; may they not rule over me. Then I will be blameless and cleansed of great transgression.
14 ULB ହେ ସଦାପ୍ରଭୁ, ମୋହର ଶୈଳ ଓ ମୋହର ମୁକ୍ତିକର୍ତ୍ତା, ତୁମ୍ଭ ଦୃଷ୍ଟିରେ ମୋ’ ମୁଖର ବାକ୍ୟ ଓ ମୋ’ ଅନ୍ତଃକରଣର ଧ୍ୟାନ ସୁଗ୍ରାହ୍ୟ ହେଉ। BSB BSB: May the words of my mouth and the meditation of my heart be pleasing in Your sight, O LORD, my Rock and my Redeemer.
Select verses for actions: Enter goes to them and Escape comes back.