1 ULB ହେ ସଦାପ୍ରଭୁ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ! BSB BSB: For the choirmaster. A Psalm of David. O LORD, the king rejoices in Your strength. How greatly he exults in Your salvation!
2 ULB ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। ସେଲା BSB BSB: You have granted his heart’s desire and have not withheld the request of his lips. Selah
3 ULB କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ। BSB BSB: For You welcomed him with rich blessings; You placed on his head a crown of pure gold.
4 ULB ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ। BSB BSB: He asked You for life, and You granted it—length of days, forever and ever.
5 ULB ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ; BSB BSB: Great is his glory in Your salvation; You bestow on him splendor and majesty.
6 ULB କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ। BSB BSB: For You grant him blessings forever; You cheer him with joy in Your presence.
7 ULB କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି, ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ। BSB BSB: For the king trusts in the LORD; through the loving devotion of the Most High, he will not be shaken.
8 ULB ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ। BSB BSB: Your hand will apprehend all Your enemies; Your right hand will seize those who hate You.
9 ULB ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟୀ ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ। BSB BSB: You will place them in a fiery furnace at the time of Your appearing. In His wrath the LORD will engulf them, and the fire will consume them.
10 ULB ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ। BSB BSB: You will wipe their descendants from the earth, and their offspring from the sons of men.
11 ULB କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ। BSB BSB: Though they intend You harm, the schemes they devise will not prevail.
12 ULB ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ। BSB BSB: For You will put them to flight when Your bow is trained upon them.
13 ULB ହେ ସଦାପ୍ରଭୁ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା। BSB BSB: Be exalted, O LORD, in Your strength; we will sing and praise Your power.
Select verses for actions: Enter goes to them and Escape comes back.