2 ULB ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ। BSB BSB: I cry out by day, O my God, but You do not answer, and by night, but I have no rest.
3 ULB ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍, ତୁମ୍ଭେ ପବିତ୍ର ଅଟ। BSB BSB: Yet You are holy, enthroned on the praises of Israel.
4 ULB ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। BSB BSB: In You our fathers trusted; they trusted and You delivered them.
5 ULB ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ। BSB BSB: They cried out to You and were set free; they trusted in You and were not disappointed.
6 ULB ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ। BSB BSB: But I am a worm and not a man, scorned by men and despised by the people.
7 ULB ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି, BSB BSB: All who see me mock me; they sneer and shake their heads:
8 ULB “ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।” BSB BSB: “He trusts in the LORD, let the LORD deliver him; let the LORD rescue him, since He delights in him.”
9 ULB ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ। BSB BSB: Yet You brought me forth from the womb; You made me secure at my mother’s breast.
10 ULB ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ। BSB BSB: From birth I was cast upon You; from my mother’s womb You have been my God.
11 ULB ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ। BSB BSB: Be not far from me, for trouble is near and there is no one to help.
12 ULB ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି। BSB BSB: Many bulls surround me; strong bulls of Bashan encircle me.
13 ULB ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ’ ପ୍ରତି ମୁଖ ମେଲାଇ ଅଛନ୍ତି। BSB BSB: They open their jaws against me like lions that roar and maul.
14 ULB ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ’ ଅନ୍ତ୍ର ମଧ୍ୟରେ ତରଳି ଯାଏ। BSB BSB: I am poured out like water, and all my bones are disjointed. My heart is like wax; it melts away within me.
15 ULB ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁୁର ଧୂଳିକି ଆଣିଅଛ। BSB BSB: My strength is dried up like a potsherd, and my tongue sticks to the roof of my mouth. You lay me in the dust of death.
16 ULB କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି। BSB BSB: For dogs surround me; a band of evil men encircles me; they have pierced my hands and feet.
17 ULB ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି। BSB BSB: I can count all my bones; they stare and gloat over me.
18 ULB ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି। BSB BSB: They divide my garments among them and cast lots for my clothing.
19 ULB ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ। BSB BSB: But You, O LORD, be not far off; O my Strength, come quickly to help me.
20 ULB ଖଡ୍ଗରୁ ମୋ’ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର। BSB BSB: Deliver my soul from the sword, my precious life from the power of wild dogs.
21 ULB ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ। BSB BSB: Save me from the mouth of the lion; at the horns of the wild oxen You have answered me!
22 ULB ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି। BSB BSB: I will proclaim Your name to my brothers; I will praise You in the assembly.
23 ULB ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ। BSB BSB: You who fear the LORD, praise Him! All descendants of Jacob, honor Him! All offspring of Israel, revere Him!
25 ULB ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି। BSB BSB: My praise for You resounds in the great assembly; I will fulfill my vows before those who fear You.
26 ULB ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ। BSB BSB: The poor will eat and be satisfied; those who seek the LORD will praise Him. May your hearts live forever!
27 ULB ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ। BSB BSB: All the ends of the earth will remember and turn to the LORD. All the families of the nations will bow down before Him.
28 ULB କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି। BSB BSB: For dominion belongs to the LORD and He rules over the nations.
29 ULB ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ। BSB BSB: All the rich of the earth will feast and worship; all who go down to the dust will kneel before Him—even those unable to preserve their lives.
30 ULB ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ। BSB BSB: Posterity will serve Him; they will declare the Lord to a new generation.
31 ULB ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି। BSB BSB: They will come and proclaim His righteousness to a people yet unborn—all that He has done.
Select verses for actions: Enter goes to them and Escape comes back.