Psalm 28 28 Psalms Book 1 Odia Unlocked Literal Bible 1 ULB ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋ’ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋ’ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି। BSB BSB: Of David. To You, O LORD, I call; be not deaf to me, O my Rock. For if You remain silent, I will be like those descending to the Pit.
2 ULB ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋ’ ନିବେଦନର ରବ ଶ୍ରବଣ କର। BSB BSB: Hear my cry for mercy when I call to You for help, when I lift up my hands toward Your holy sanctuary.
3 ULB ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ। BSB BSB: Do not drag me away with the wicked, and with the workers of iniquity, who speak peace to their neighbors while malice is in their hearts.
4 ULB ସେମାନଙ୍କ କର୍ମାନୁସାରେ ଓ ସେମାନଙ୍କ କ୍ରିୟାର ଦୁଷ୍ଟତାନୁସାରେ ସେମାନଙ୍କୁ ପ୍ରତିଫଳ ଦିଅ; ସେମାନଙ୍କ ହସ୍ତର କର୍ମାନୁରୂପ ଫଳ ସେମାନଙ୍କୁ ଦିଅ; ସେମାନଙ୍କୁ ସମୁଚିତ ଫଳ ଭୋଗ କରାଅ। BSB BSB: Repay them according to their deeds and for their works of evil. Repay them for what their hands have done; bring back on them what they deserve.
5 ULB ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। BSB BSB: Since they show no regard for the works of the LORD or what His hands have done, He will tear them down and never rebuild them.
6 ULB ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ସେ ମୋ’ ନିବେଦନର ରବ ଶୁଣିଅଛନ୍ତି। BSB BSB: Blessed be the LORD, for He has heard my cry for mercy.
7 ULB ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି। BSB BSB: The LORD is my strength and my shield; my heart trusts in Him, and I am helped. Therefore my heart rejoices, and I give thanks to Him with my song.
8 ULB ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି। BSB BSB: The LORD is the strength of His people, a stronghold of salvation for His anointed.
9 ULB ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର। BSB BSB: Save Your people and bless Your inheritance; shepherd them and carry them forever.
Select verses for actions: Enter goes to them and Escape comes back.
Chapter complete
You’ve read Psalm 28
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 28, and keep Opened free for readers who can’t pay.