1 ULB ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋ’ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। BSB BSB: Of David, when he pretended to be insane before Abimelech, so that the king drove him away. I will bless the LORD at all times; His praise will always be on my lips.
2 ULB ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। BSB BSB: My soul boasts in the LORD; let the oppressed hear and rejoice.
3 ULB ଆହେ, ମୋ’ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। BSB BSB: Magnify the LORD with me; let us exalt His name together.
4 ULB ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। BSB BSB: I sought the LORD, and He answered me; He delivered me from all my fears.
5 ULB ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। BSB BSB: Those who look to Him are radiant with joy; their faces shall never be ashamed.
6 ULB ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। BSB BSB: This poor man called out, and the LORD heard him; He saved him from all his troubles.
7 ULB ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। BSB BSB: The angel of the LORD encamps around those who fear Him, and he delivers them.
8 ULB ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ। BSB BSB: Taste and see that the LORD is good; blessed is the man who takes refuge in Him!
9 ULB ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ। BSB BSB: Fear the LORD, you His saints, for those who fear Him lack nothing.
10 ULB ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ। BSB BSB: Young lions go lacking and hungry, but those who seek the LORD lack no good thing.
11 ULB ହେ ବାଳକମାନେ, ଆସ, ମୋ’ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି। BSB BSB: Come, children, listen to me; I will teach you the fear of the LORD.
12 ULB ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ? BSB BSB: Who is the man who delights in life, who desires to see good days?
13 ULB ତୁମ୍ଭେ ହିଂସାରୁ ଆପଣା ଜିହ୍ୱା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର। BSB BSB: Keep your tongue from evil and your lips from deceitful speech.
14 ULB ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ। BSB BSB: Turn away from evil and do good; seek peace and pursue it.
15 ULB ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି। BSB BSB: The eyes of the LORD are on the righteous, and His ears are inclined to their cry.
16 ULB ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ। BSB BSB: But the face of the LORD is against those who do evil, to wipe out all memory of them from the earth.
17 ULB ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। BSB BSB: The righteous cry out, and the LORD hears; He delivers them from all their troubles.
18 ULB ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି। BSB BSB: The LORD is near to the brokenhearted; He saves the contrite in spirit.
19 ULB ଧାର୍ମିକର ବିପଦ ଅନେକ; ମାତ୍ର ସେହି ସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି। BSB BSB: Many are the afflictions of the righteous, but the LORD delivers him from them all.
20 ULB ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ। BSB BSB: He protects all his bones; not one of them will be broken.
21 ULB ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ। BSB BSB: Evil will slay the wicked, and the haters of the righteous will be condemned.
22 ULB ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ। BSB BSB: The LORD redeems His servants, and none who take refuge in Him will be condemned.
Select verses for actions: Enter goes to them and Escape comes back.