1 ULB ହେ ସଦାପ୍ରଭୁ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ। BSB BSB: A Psalm of David, for remembrance. O LORD, do not rebuke me in Your anger or discipline me in Your wrath.
2 ULB କାରଣ ତୁମ୍ଭର ତୀରସବୁ ମୋ’ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି। BSB BSB: For Your arrows have pierced me deeply, and Your hand has pressed down on me.
3 ULB ତୁମ୍ଭ କୋପ ସକାଶୁ ମୋ’ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋ’ ପାପ ସକାଶୁ ମୋ’ ଅସ୍ଥିରେ କିଛି ଆରାମ ନାହିଁ। BSB BSB: There is no soundness in my body because of Your anger; there is no rest in my bones because of my sin.
4 ULB କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ। BSB BSB: For my iniquities have overwhelmed me; they are a burden too heavy to bear.
5 ULB ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି। BSB BSB: My wounds are foul and festering because of my sinful folly.
6 ULB ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ। BSB BSB: I am bent and brought low; all day long I go about mourning.
7 ULB କାରଣ ମୋ’ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ। BSB BSB: For my loins are full of burning pain, and no soundness remains in my body.
8 ULB ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି। BSB BSB: I am numb and badly crushed; I groan in anguish of heart.
9 ULB ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ। BSB BSB: O Lord, my every desire is before You; my groaning is not hidden from You.
10 ULB ମୋହର ହୃଦୟ ଧୁକ୍ଧୁକ୍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋ’ଠାରୁ ଗଲାଣି। BSB BSB: My heart pounds, my strength fails, and even the light of my eyes has faded.
11 ULB ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋ’ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି। BSB BSB: My beloved and friends shun my disease, and my kinsmen stand at a distance.
12 ULB ମଧ୍ୟ ଯେଉଁମାନେ ମୋ’ ପ୍ରାଣ ଚାହାନ୍ତି, ସେମାନେ ମୋ’ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି। BSB BSB: Those who seek my life lay snares; those who wish me harm speak destruction, plotting deceit all day long.
13 ULB ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ। BSB BSB: But like a deaf man, I do not hear; and like a mute man, I do not open my mouth.
14 ULB ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ। BSB BSB: I am like a man who cannot hear, whose mouth offers no reply.
15 ULB କାରଣ ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ। BSB BSB: I wait for You, O LORD; You will answer, O Lord my God.
16 ULB କାରଣ ମୁଁ କହିଲି, କେଜାଣି ମୋହର ଶତ୍ରୁମାନେ ମୋ’ ଉପରେ ଆନନ୍ଦ କରିବେ; ମୋ’ ପାଦ ଖସିଗଲା ବେଳେ ସେମାନେ ମୋ’ ପ୍ରତିକୂଳରେ ଦର୍ପ କରନ୍ତି। BSB BSB: For I said, “Let them not gloat over me—those who taunt me when my foot slips.”
17 ULB ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋ’ ସମ୍ମୁଖରେ ଥାଏ। BSB BSB: For I am ready to fall, and my pain is ever with me.
18 ULB ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି। BSB BSB: Yes, I confess my iniquity; I am troubled by my sin.
19 ULB ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି। BSB BSB: Many are my enemies without cause, and many hate me without reason.
20 ULB ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ। BSB BSB: Those who repay my good with evil attack me for pursuing the good.
21 ULB ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ। BSB BSB: Do not forsake me, O LORD; be not far from me, O my God.
22 ULB ହେ ପ୍ରଭୁ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ। BSB BSB: Come quickly to help me, O Lord my Savior.
Select verses for actions: Enter goes to them and Escape comes back.