1 ULB ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। BSB BSB: For the choirmaster. A Maskil of the sons of Korah. We have heard with our ears, O God; our fathers have told us the work You did in their days, in the days of old.
2 ULB ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ। BSB BSB: With Your hand You drove out the nations and planted our fathers there; You crushed the peoples and cast them out.
3 ULB କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା। BSB BSB: For it was not by their sword that they took the land; their arm did not bring them victory. It was by Your right hand, Your arm, and the light of Your face, because You favored them.
4 ULB ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ। BSB BSB: You are my King, O God, who ordains victories for Jacob.
5 ULB ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା। BSB BSB: Through You we repel our foes; through Your name we trample our enemies.
6 ULB ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋ’ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ। BSB BSB: For I do not trust in my bow, nor does my sword save me.
7 ULB ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ। BSB BSB: For You save us from our enemies; You put those who hate us to shame.
8 ULB ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। ସେଲା BSB BSB: In God we have boasted all day long, and Your name we will praise forever. Selah
9 ULB ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ। BSB BSB: But You have rejected and humbled us; You no longer go forth with our armies.
10 ULB ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି। BSB BSB: You have made us retreat from the foe, and those who hate us have plundered us.
11 ULB ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ। BSB BSB: You have given us up as sheep to be devoured; You have scattered us among the nations.
12 ULB ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ। BSB BSB: You sell Your people for nothing; no profit do You gain from their sale.
13 ULB ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ। BSB BSB: You have made us a reproach to our neighbors, a mockery and derision to those around us.
14 ULB ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ। BSB BSB: You have made us a byword among the nations, a laughingstock among the peoples.
15 ULB ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ, BSB BSB: All day long my disgrace is before me, and shame has covered my face,
16 ULB ସାରାଦିନ ମୋ’ ଅପମାନ ମୋ’ ସମ୍ମୁଖରେ ଥାଏ ଓ ମୋ’ ମୁଖର ଲଜ୍ଜା ମୋତେ ଢାଙ୍କିଅଛି। BSB BSB: at the voice of the scorner and reviler, because of the enemy, bent on revenge.
17 ULB ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ। BSB BSB: All this has come upon us, though we have not forgotten You or betrayed Your covenant.
18 ULB ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁୁଛାୟାରେ ଆଚ୍ଛନ୍ନ କରିଅଛ ବୋଲି BSB BSB: Our hearts have not turned back; our steps have not strayed from Your path.
19 ULB ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ। BSB BSB: But You have crushed us in the lair of jackals; You have covered us with deepest darkness.
20 ULB ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ; BSB BSB: If we had forgotten the name of our God or spread out our hands to a foreign god,
21 ULB ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି। BSB BSB: would not God have discovered, since He knows the secrets of the heart?
22 ULB ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ। BSB BSB: Yet for Your sake we face death all day long; we are considered as sheep to be slaughtered.
23 ULB ଜାଗ, ହେ ପ୍ରଭୁ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ। BSB BSB: Wake up, O Lord! Why are You sleeping? Arise! Do not reject us forever.
24 ULB ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ? BSB BSB: Why do You hide Your face and forget our affliction and oppression?
25 ULB କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି। BSB BSB: For our soul has sunk to the dust; our bodies cling to the earth.
26 ULB ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର। BSB BSB: Rise up; be our help! Redeem us on account of Your loving devotion.
Select verses for actions: Enter goes to them and Escape comes back.