1 ULB ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ। BSB BSB: For the choirmaster. To the tune of “The Lilies.” A Maskil of the sons of Korah. A love song. My heart is stirred by a noble theme as I recite my verses to the king; my tongue is the pen of a skillful writer.
2 ULB ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି। BSB BSB: You are the most handsome of men; grace has anointed your lips; therefore God has blessed you forever.
3 ULB ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ। BSB BSB: Strap your sword at your side, O mighty warrior; appear in your majesty and splendor.
4 ULB ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ। BSB BSB: In your splendor ride forth in victory on behalf of truth and humility and justice; may your right hand show your awesome deeds.
5 ULB ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ। BSB BSB: Your arrows pierce the hearts of the king’s foes; the nations fall beneath your feet.
6 ULB ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ। BSB BSB: Your throne, O God, endures forever and ever, and justice is the scepter of Your kingdom.
7 ULB ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି। BSB BSB: You have loved righteousness and hated wickedness; therefore God, your God, has anointed you above your companions with the oil of joy.
8 ULB ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି। BSB BSB: All your garments are fragrant with myrrh and aloes and cassia; from palaces of ivory the harps make you glad.
9 ULB ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି। BSB BSB: The daughters of kings are among your honored women; the queen stands at your right hand, adorned with the gold of Ophir.
10 ULB ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର; BSB BSB: Listen, O daughter! Consider and incline your ear: Forget your people and your father’s house,
11 ULB ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର। BSB BSB: and the king will desire your beauty; bow to him, for he is your lord.
12 ULB ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ। BSB BSB: The Daughter of Tyre will come with a gift; men of wealth will seek your favor.
13 ULB ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ। BSB BSB: All glorious is the princess in her chamber; her gown is embroidered with gold.
14 ULB ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ। BSB BSB: In colorful garments she is led to the king; her virgin companions are brought before you.
15 ULB ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ; BSB BSB: They are led in with joy and gladness; they enter the palace of the king.
16 ULB ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ। BSB BSB: Your sons will succeed your fathers; you will make them princes throughout the land.
17 ULB ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ। BSB BSB: I will commemorate your name through all generations; therefore the nations will praise you forever and ever.
Select verses for actions: Enter goes to them and Escape comes back.