1 ULB ହେ ସଦାପ୍ରଭୁ, ମୋ’ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର। BSB BSB: For the choirmaster, to be accompanied by flutes. A Psalm of David. Give ear to my words, O LORD; consider my groaning.
2 ULB ହେ ମୋହର ରାଜନ୍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର, କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ। BSB BSB: Attend to the sound of my cry, my King and my God, for to You I pray.
3 ULB ହେ ସଦାପ୍ରଭୁ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି। BSB BSB: In the morning, O LORD, You hear my voice; at daybreak I lay my plea before You and wait in expectation.
4 ULB କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ। BSB BSB: For You are not a God who delights in wickedness; no evil can dwell with You.
5 ULB ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କୁ ଘୃଣା କରୁଅଛ। BSB BSB: The boastful cannot stand in Your presence; You hate all workers of iniquity.
6 ULB ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ହତ୍ୟାକାରୀ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି। BSB BSB: You destroy those who tell lies; the LORD abhors the man of bloodshed and deceit.
7 ULB ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। BSB BSB: But I will enter Your house by the abundance of Your loving devotion; in reverence I will bow down toward Your holy temple.
8 ULB ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର। BSB BSB: Lead me, O LORD, in Your righteousness because of my enemies; make straight Your way before me.
9 ULB କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି। BSB BSB: For not a word they speak can be trusted; destruction lies within them. Their throats are open graves; their tongues practice deceit.
10 ULB ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି। BSB BSB: Declare them guilty, O God; let them fall by their own devices. Drive them out for their many transgressions, for they have rebelled against You.
11 ULB ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ; ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ। BSB BSB: But let all who take refuge in You rejoice; let them ever shout for joy. May You shelter them, that those who love Your name may rejoice in You.
12 ULB ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୁ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ। BSB BSB: For surely You, O LORD, bless the righteous; You surround them with the shield of Your favor.
Select verses for actions: Enter goes to them and Escape comes back.