1 ULB ହେ ମୋହର ପରମେଶ୍ୱର, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର। BSB BSB: For the choirmaster. To the tune of “Do Not Destroy.” A Miktam of David, when Saul sent men to watch David’s house in order to kill him. Deliver me from my enemies, O my God; protect me from those who rise against me.
2 ULB ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର। BSB BSB: Deliver me from workers of iniquity, and save me from men of bloodshed.
3 ULB କାରଣ ଦେଖ, ସେମାନେ ମୋ’ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୁ, ମୋହର ଅପରାଧ କିଅବା ମୋ’ ପାପ ସକାଶୁ ନୁହେଁ। BSB BSB: See how they lie in wait for me. Fierce men conspire against me for no transgression or sin of my own, O LORD.
4 ULB ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର। BSB BSB: For no fault of my own, they move swiftly to attack me. Arise to help me, and take notice.
5 ULB ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। ସେଲା BSB BSB: O LORD God of Hosts, the God of Israel, rouse Yourself to punish all the nations; show no mercy to the wicked traitors. Selah
6 ULB ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି। BSB BSB: They return in the evening, snarling like dogs and prowling around the city.
7 ULB ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, କିଏ ଆମ୍ଭମାନଙ୍କୁ ଶୁଣିବ? BSB BSB: See what they spew from their mouths—sharp words from their lips: “For who can hear us?”
8 ULB ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ। BSB BSB: But You, O LORD, laugh at them; You scoff at all the nations.
9 ULB ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି। BSB BSB: I will keep watch for You, O my strength, because You, O God, are my fortress.
10 ULB ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ। BSB BSB: My God of loving devotion will come to meet me; God will let me stare down my foes.
11 ULB ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ’ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର। BSB BSB: Do not kill them, or my people will forget. Scatter them by Your power, and bring them down, O Lord, our shield.
12 ULB ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ। BSB BSB: By the sins of their mouths and the words of their lips, let them be trapped in their pride, in the curses and lies they utter.
13 ULB ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। ସେଲା BSB BSB: Consume them in wrath; consume them till they are no more, so it may be known to the ends of the earth that God rules over Jacob. Selah
14 ULB ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ। BSB BSB: They return in the evening, snarling like dogs and prowling around the city.
15 ULB ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ। BSB BSB: They scavenge for food, and growl if they are not satisfied.
16 ULB ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ। BSB BSB: But I will sing of Your strength and proclaim Your loving devotion in the morning. For You are my fortress, my refuge in times of trouble.
17 ULB ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର। BSB BSB: To You, O my strength, I sing praises, for You, O God, are my fortress, my God of loving devotion.
Select verses for actions: Enter goes to them and Escape comes back.