Psalm 63 63 Psalms Book 2 Odia Unlocked Literal Bible 1 ULB ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ’ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ’ ଶରୀର ତୁମ୍ଭ ପାଇଁ ଲାଳସା କରେ। BSB BSB: A Psalm of David, when he was in the Wilderness of Judah. O God, You are my God. Earnestly I seek You; my soul thirsts for You. My body yearns for You in a dry and weary land without water.
2 ULB ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି। BSB BSB: So I have seen You in the sanctuary and beheld Your power and glory.
3 ULB କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ। BSB BSB: Because Your loving devotion is better than life, my lips will glorify You.
4 ULB ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି; BSB BSB: So I will bless You as long as I live; in Your name I will lift my hands.
5 ULB ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ। BSB BSB: My soul is satisfied as with the richest of foods; with joyful lips my mouth will praise You.
6 ULB ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ। BSB BSB: When I remember You on my bed, I think of You through the watches of the night.
7 ULB କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି। BSB BSB: For You are my help; I will sing for joy in the shadow of Your wings.
8 ULB ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ। BSB BSB: My soul clings to You; Your right hand upholds me.
9 ULB ମାତ୍ର ଯେଉଁମାନେ ମୋ’ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ। BSB BSB: But those who seek my life to destroy it will go into the depths of the earth.
10 ULB ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ। BSB BSB: They will fall to the power of the sword; they will become a portion for foxes.
11 ULB ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ। BSB BSB: But the king will rejoice in God; all who swear by Him will exult, for the mouths of liars will be shut.
Select verses for actions: Enter goes to them and Escape comes back.
Chapter complete
You’ve read Psalm 63
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 63, and keep Opened free for readers who can’t pay.