1 ULB ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ। BSB BSB: For the choirmaster. A Psalm of David. A song. Praise awaits You, O God, in Zion; to You our vows will be fulfilled.
2 ULB ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ। BSB BSB: O You who listen to prayer, all people will come to You.
3 ULB ଅପରାଧ ମୋ’ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ। BSB BSB: When iniquities prevail against me, You atone for our transgressions.
4 ULB ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା। BSB BSB: Blessed is the one You choose and bring near to dwell in Your courts! We are filled with the goodness of Your house, the holiness of Your temple.
5 ULB ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ। BSB BSB: With awesome deeds of righteousness You answer us, O God of our salvation, the hope of all the ends of the earth and of the farthest seas.
6 ULB ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ; BSB BSB: You formed the mountains by Your power, having girded Yourself with might.
7 ULB ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ। BSB BSB: You stilled the roaring of the seas, the pounding of their waves, and the tumult of the nations.
8 ULB ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ। BSB BSB: Those who live far away fear Your wonders; You make the dawn and sunset shout for joy.
9 ULB ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ। BSB BSB: You attend to the earth and water it; with abundance You enrich it. The streams of God are full of water, for You prepare our grain by providing for the earth.
10 ULB ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ; BSB BSB: You soak its furrows and level its ridges; You soften it with showers and bless its growth.
11 ULB ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ। BSB BSB: You crown the year with Your bounty, and Your paths overflow with plenty.
12 ULB ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି। BSB BSB: The pastures of the wilderness overflow; the hills are robed with joy.
13 ULB ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି। BSB BSB: The pastures are clothed with flocks, and the valleys are decked with grain. They shout in triumph; indeed, they sing.
Select verses for actions: Enter goes to them and Escape comes back.