1 ULB ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। BSB BSB: For the choirmaster. A song. A Psalm. Make a joyful noise to God, all the earth!
2 ULB ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର। BSB BSB: Sing the glory of His name; make His praise glorious.
3 ULB ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।” BSB BSB: Say to God, “How awesome are Your deeds! So great is Your power that Your enemies cower before You.
4 ULB ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ। BSB BSB: All the earth bows down to You; they sing praise to You; they sing praise to Your name.” Selah
5 ULB ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି। BSB BSB: Come and see the works of God; how awesome are His deeds toward mankind.
6 ULB ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ। BSB BSB: He turned the sea into dry land; they passed through the waters on foot; there we rejoiced in Him.
7 ULB ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। ସେଲା BSB BSB: He rules forever by His power; His eyes watch the nations. Do not let the rebellious exalt themselves. Selah
8 ULB ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ; BSB BSB: Bless our God, O peoples; let the sound of His praise be heard.
9 ULB ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ। BSB BSB: He preserves our lives and keeps our feet from slipping.
10 ULB କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ। BSB BSB: For You, O God, have tested us; You have refined us like silver.
11 ULB ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ। BSB BSB: You led us into the net; You laid burdens on our backs.
12 ULB ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ। BSB BSB: You let men ride over our heads; we went through fire and water, but You brought us into abundance.
13 ULB ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ BSB BSB: I will enter Your house with burnt offerings; I will fulfill my vows to You—
14 ULB ମୋ’ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋ’ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି। BSB BSB: the vows that my lips promised and my mouth spoke in my distress.
15 ULB ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। ସେଲା BSB BSB: I will offer You fatlings as burnt offerings, with the fragrant smoke of rams; I will offer bulls and goats. Selah
16 ULB ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି। BSB BSB: Come and listen, all you who fear God, and I will declare what He has done for me.
17 ULB ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋ’ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ। BSB BSB: I cried out to Him with my mouth and praised Him with my tongue.
18 ULB ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ’ କଥା ଶୁଣିବେ ନାହିଁ; BSB BSB: If I had cherished iniquity in my heart, the Lord would not have listened.
19 ULB ମାତ୍ର ନିଶ୍ଚୟ ପରମେଶ୍ୱର ମୋ’ କଥା ଶୁଣିଅଛନ୍ତି, ସେ ମୋ’ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି। BSB BSB: But God has surely heard; He has attended to the sound of my prayer.
20 ULB ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋ’ଠାରୁ ଆପଣା ଦୟା ଦୂର କରି ନାହାନ୍ତି। BSB BSB: Blessed be God, who has not rejected my prayer or withheld from me His loving devotion!
Select verses for actions: Enter goes to them and Escape comes back.