1 ULB ହେ ସଦାପ୍ରଭୁ ମୋ’ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋ’ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର, BSB BSB: A Shiggaion of David, which he sang to the LORD concerning the words of Cush, a Benjamite. O LORD my God, I take refuge in You; save me and deliver me from all my pursuers,
2 ULB ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ। BSB BSB: or they will shred my soul like a lion and tear me to pieces with no one to rescue me.
3 ULB ହେ ସଦାପ୍ରଭୁ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋ’ ହସ୍ତରେ ଅଧର୍ମ ଥାଏ; BSB BSB: O LORD my God, if I have done this, if injustice is on my hands,
4 ULB ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି;) BSB BSB: if I have rewarded my ally with evil, if I have plundered my foe without cause,
5 ULB ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋ’ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋ’ ଗୌରବକୁ ଧୂଳିସାତ୍ କରୁ। ସେଲା BSB BSB: then may my enemy pursue me and overtake me; may he trample me to the ground and leave my honor in the dust. Selah
6 ULB ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, ମୋ’ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋ’ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର। BSB BSB: Arise, O LORD, in Your anger; rise up against the fury of my enemies. Awake, my God, and ordain judgment.
7 ULB ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର। BSB BSB: Let the assembled peoples gather around You; take Your seat over them on high.
8 ULB ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୁ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର। BSB BSB: The LORD judges the peoples; vindicate me, O LORD, according to my righteousness and integrity.
9 ULB ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି। BSB BSB: Put an end to the evil of the wicked, but establish the righteous, O righteous God who searches hearts and minds.
10 ULB ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି। BSB BSB: My shield is with God, who saves the upright in heart.
11 ULB ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର। BSB BSB: God is a righteous judge and a God who feels indignation each day.
12 ULB ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ୍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି। BSB BSB: If one does not repent, God will sharpen His sword; He has bent and strung His bow.
13 ULB ସେ ମଧ୍ୟ ତାହା ପାଇଁ ମୃତ୍ୟୁୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି। BSB BSB: He has prepared His deadly weapons; He ordains His arrows with fire.
14 ULB ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା। BSB BSB: Behold, the wicked man travails with evil; he conceives trouble and births falsehood.
15 ULB ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି। BSB BSB: He has dug a hole and hollowed it out; he has fallen into a pit of his own making.
16 ULB ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ। BSB BSB: His trouble recoils on himself, and his violence falls on his own head.
17 ULB ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି। BSB BSB: I will thank the LORD for His righteousness and sing praise to the name of the LORD Most High.
Select verses for actions: Enter goes to them and Escape comes back.