1 ULB ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ। BSB BSB: In You, O LORD, I have taken refuge; let me never be put to shame.
2 ULB ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋ’ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର। BSB BSB: In Your justice, rescue and deliver me; incline Your ear and save me.
3 ULB ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋ’ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ। BSB BSB: Be my rock of refuge, where I can always go. Give the command to save me, for You are my rock and my fortress.
4 ULB ହେ ମୋହର ପରମେଶ୍ୱର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର। BSB BSB: Deliver me, O my God, from the hand of the wicked, from the grasp of the unjust and ruthless.
5 ULB କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ହିଁ ମୋହର ଭରସା; ମୋ’ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି। BSB BSB: For You are my hope, O Lord GOD, my confidence from my youth.
6 ULB ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ। BSB BSB: I have leaned on You since birth; You pulled me from my mother’s womb. My praise is always for You.
7 ULB ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ। BSB BSB: I have become a portent to many, but You are my strong refuge.
8 ULB ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ। BSB BSB: My mouth is filled with Your praise and with Your splendor all day long.
9 ULB ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ। BSB BSB: Do not discard me in my old age; do not forsake me when my strength fails.
10 ULB କାରଣ ମୋହର ଶତ୍ରୁଗଣ ମୋ’ ବିଷୟରେ କଥା କହନ୍ତି ଓ ମୋ’ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ, BSB BSB: For my enemies speak against me, and those who lie in wait for my life conspire,
11 ULB “ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।” BSB BSB: saying, “God has forsaken him; pursue him and seize him, for there is no one to rescue him.”
12 ULB ହେ ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ। BSB BSB: Be not far from me, O God. Hurry, O my God, to help me.
13 ULB ମୋ’ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ। BSB BSB: May the accusers of my soul be ashamed and consumed; may those who seek my harm be covered with scorn and disgrace.
14 ULB ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି। BSB BSB: But I will always hope and will praise You more and more.
15 ULB ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ। BSB BSB: My mouth will declare Your righteousness and Your salvation all day long, though I cannot know their full measure.
16 ULB ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି। BSB BSB: I will come in the strength of the Lord GOD; I will proclaim Your righteousness—Yours alone.
17 ULB ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି। BSB BSB: O God, You have taught me from my youth, and to this day I proclaim Your marvelous deeds.
18 ULB ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ। BSB BSB: Even when I am old and gray, do not forsake me, O God, until I proclaim Your power to the next generation, Your might to all who are to come.
19 ULB ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି? BSB BSB: Your righteousness reaches to the heavens, O God, You who have done great things. Who, O God, is like You?
20 ULB ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ। BSB BSB: Though You have shown me many troubles and misfortunes, You will revive me once again. Even from the depths of the earth You will bring me back up.
21 ULB ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ। BSB BSB: You will increase my honor and comfort me once again.
22 ULB ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। BSB BSB: So I will praise You with the harp for Your faithfulness, O my God; I will sing praise to You with the lyre, O Holy One of Israel.
23 ULB ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ। BSB BSB: When I sing praise to You my lips will shout for joy, along with my soul, which You have redeemed.
24 ULB ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି। BSB BSB: My tongue will indeed proclaim Your righteousness all day long, for those who seek my harm are disgraced and confounded.
Select verses for actions: Enter goes to them and Escape comes back.