3 ULB କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି। BSB BSB: For I envied the arrogant when I saw the prosperity of the wicked.
4 ULB ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ; ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ। BSB BSB: They have no struggle in their death; their bodies are well-fed.
5 ULB ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ। BSB BSB: They are free of the burdens others carry; they are not afflicted like other men.
6 ULB ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ। BSB BSB: Therefore pride is their necklace; a garment of violence covers them.
7 ULB ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି। BSB BSB: From their prosperity proceeds iniquity; the imaginations of their hearts run wild.
8 ULB ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି। BSB BSB: They mock and speak with malice; with arrogance they threaten oppression.
9 ULB ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ। BSB BSB: They set their mouths against the heavens, and their tongues strut across the earth.
10 ULB ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ। BSB BSB: So their people return to this place and drink up waters in abundance.
11 ULB ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ?” ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି? BSB BSB: The wicked say, “How can God know? Does the Most High have knowledge?”
12 ULB ଦେଖ, ଏମାନେ ଦୁଷ୍ଟଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି। BSB BSB: Behold, these are the wicked—always carefree as they increase their wealth.
13 ULB ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି; BSB BSB: Surely in vain I have kept my heart pure; in innocence I have washed my hands.
14 ULB କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି। BSB BSB: For I am afflicted all day long and punished every morning.
15 ULB ଏରୂପ କହିବି ବୋଲି ଯଦି ମୁଁ କହିଥା’ନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥା’ନ୍ତି। BSB BSB: If I had said, “I will speak this way,” then I would have betrayed Your children.
17 ULB ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷଫଳ ବିବେଚନା କଲି। BSB BSB: until I entered God’s sanctuary; then I discerned their end.
18 ULB ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ। BSB BSB: Surely You set them on slick ground; You cast them down into ruin.
19 ULB ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି। BSB BSB: How suddenly they are laid waste, completely swept away by terrors!
20 ULB ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ, ସେପରି, ହେ ପ୍ରଭୁ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ। BSB BSB: Like one waking from a dream, so You, O Lord, awaken and despise their form.
21 ULB ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା। BSB BSB: When my heart was grieved and I was pierced within,
22 ULB ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି। BSB BSB: I was senseless and ignorant; I was a brute beast before You.
23 ULB ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ। BSB BSB: Yet I am always with You; You hold my right hand.
24 ULB ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ। BSB BSB: You guide me with Your counsel, and later receive me in glory.
25 ULB ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ। BSB BSB: Whom have I in heaven but You? And on earth I desire no one besides You.
26 ULB ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋ’ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି। BSB BSB: My flesh and my heart may fail, but God is the strength of my heart and my portion forever.
27 ULB କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ। BSB BSB: Those far from You will surely perish; You destroy all who are unfaithful to You.
28 ULB ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି। BSB BSB: But as for me, it is good to draw near to God. I have made the Lord GOD my refuge, that I may proclaim all Your works.
Select verses for actions: Enter goes to them and Escape comes back.