1 ULB ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋ’ ପ୍ରତି କର୍ଣ୍ଣପାତ କରିବେ। BSB BSB: For the choirmaster. According to Jeduthun. A Psalm of Asaph. I cried out to God; I cried aloud to God to hear me.
2 ULB ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା। BSB BSB: In the day of trouble I sought the Lord; through the night my outstretched hands did not grow weary; my soul refused to be comforted.
3 ULB ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। ସେଲା BSB BSB: I remembered You, O God, and I groaned; I mused and my spirit grew faint. Selah
4 ULB ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ। BSB BSB: You have kept my eyes from closing; I am too troubled to speak.
5 ULB ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି। BSB BSB: I considered the days of old, the years long in the past.
6 ULB ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା। BSB BSB: At night I remembered my song; in my heart I mused, and my spirit pondered:
7 ULB ପ୍ରଭୁ କ’ଣ ସଦାକାଳ ପରିତ୍ୟାଗ କରିବେ? ସେ କ’ଣ ଆଉ ସୁପ୍ରସନ୍ନ ହେବେ ନାହିଁ? BSB BSB: “Will the Lord spurn us forever and never show His favor again?
8 ULB ତାହାଙ୍କ ଦୟା କ’ଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କ’ଣ ଚିରକାଳ ବିଫଳ ହୁଏ? BSB BSB: Is His loving devotion gone forever? Has His promise failed for all time?
9 ULB ପରମେଶ୍ୱର କ’ଣ କୃପାମୟ ହେବାକୁ ପାସୋରି ଅଛନ୍ତି? ସେ କ’ଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି? ସେଲା BSB BSB: Has God forgotten to be gracious? Has His anger shut off His compassion?” Selah
10 ULB ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।” BSB BSB: So I said, “I am grieved that the right hand of the Most High has changed.”
11 ULB ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି। BSB BSB: I will remember the works of the LORD; yes, I will remember Your wonders of old.
12 ULB ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି। BSB BSB: I will reflect on all You have done and ponder Your mighty deeds.
13 ULB ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ? BSB BSB: Your way, O God, is holy. What god is so great as our God?
14 ULB ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ। BSB BSB: You are the God who works wonders; You display Your strength among the peoples.
15 ULB ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ। BSB BSB: With power You redeemed Your people, the sons of Jacob and Joseph. Selah
16 ULB ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା। BSB BSB: The waters saw You, O God; the waters saw You and swirled; even the depths were shaken.
17 ULB ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା। BSB BSB: The clouds poured down water; the skies resounded with thunder; Your arrows flashed back and forth.
18 ULB ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା। BSB BSB: Your thunder resounded in the whirlwind; the lightning lit up the world; the earth trembled and quaked.
19 ULB ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା। BSB BSB: Your path led through the sea, Your way through the mighty waters, but Your footprints were not to be found.
20 ULB ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ। BSB BSB: You led Your people like a flock by the hand of Moses and Aaron.
Select verses for actions: Enter goes to them and Escape comes back.