1 ULB ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି। BSB BSB: A Psalm of Asaph. The nations, O God, have invaded Your inheritance; they have defiled Your holy temple and reduced Jerusalem to rubble.
2 ULB ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି। BSB BSB: They have given the corpses of Your servants as food to the birds of the air, the flesh of Your saints to the beasts of the earth.
3 ULB ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା। BSB BSB: They have poured out their blood like water all around Jerusalem, and there is no one to bury the dead.
4 ULB ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ। BSB BSB: We have become a reproach to our neighbors, a scorn and derision to those around us.
5 ULB ହେ ସଦାପ୍ରଭୁ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ? BSB BSB: How long, O LORD? Will You be angry forever? Will Your jealousy burn like fire?
6 ULB ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ। BSB BSB: Pour out Your wrath on the nations that do not acknowledge You, on the kingdoms that refuse to call on Your name,
7 ULB କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି। BSB BSB: for they have devoured Jacob and devastated his homeland.
8 ULB ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ। BSB BSB: Do not hold past sins against us; let Your compassion come quickly, for we are brought low.
9 ULB ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର। BSB BSB: Help us, O God of our salvation, for the glory of Your name; deliver us and atone for our sins, for the sake of Your name.
10 ULB ଅନ୍ୟ ଦେଶୀୟମାନେ କାହିଁକି କହିବେ, “ସେମାନଙ୍କର ପରମେଶ୍ୱର କାହାନ୍ତି?” ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ। BSB BSB: Why should the nations ask, “Where is their God?” Before our eyes, make known among the nations Your vengeance for the bloodshed of Your servants.
11 ULB ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର। BSB BSB: May the groans of the captives reach You; by the strength of Your arm preserve those condemned to death.
12 ULB ପୁଣି, ହେ ପ୍ରଭୁ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ। BSB BSB: Pay back into the laps of our neighbors sevenfold the reproach they hurled at You, O Lord.
13 ULB ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ସମସ୍ତ ପିଢ଼ି ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା। BSB BSB: Then we Your people, the sheep of Your pasture, will thank You forever; from generation to generation we will declare Your praise.
Select verses for actions: Enter goes to them and Escape comes back.