1 ULB ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ। BSB BSB: For the choirmaster. To the tune of “The Lilies of the Covenant.” A Psalm of Asaph. Hear us, O Shepherd of Israel, who leads Joseph like a flock; You who sit enthroned between the cherubim, shine forth
2 ULB ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର। BSB BSB: before Ephraim, Benjamin, and Manasseh. Rally Your mighty power and come to save us.
3 ULB ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। BSB BSB: Restore us, O God, and cause Your face to shine upon us, that we may be saved.
4 ULB ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ? BSB BSB: O LORD God of Hosts, how long will Your anger smolder against the prayers of Your people?
5 ULB ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ। BSB BSB: You fed them with the bread of tears and made them drink the full measure of their tears.
6 ULB ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି। BSB BSB: You make us contend with our neighbors; our enemies mock us.
7 ULB ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। BSB BSB: Restore us, O God of Hosts, and cause Your face to shine upon us, that we may be saved.
8 ULB ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ। BSB BSB: You uprooted a vine from Egypt; You drove out the nations and transplanted it.
9 ULB ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା। BSB BSB: You cleared the ground for it, and it took root and filled the land.
10 ULB ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ। BSB BSB: The mountains were covered by its shade, and the mighty cedars with its branches.
11 ULB ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା। BSB BSB: It sent out its branches to the Sea, and its shoots toward the River.
12 ULB କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି? BSB BSB: Why have You broken down its walls, so that all who pass by pick its fruit?
13 ULB ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯା’ନ୍ତି। BSB BSB: The boar from the forest ravages it, and the creatures of the field feed upon it.
14 ULB ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର BSB BSB: Return, O God of Hosts, we pray! Look down from heaven and see! Attend to this vine—
15 ULB ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ। BSB BSB: the root Your right hand has planted, the son You have raised up for Yourself.
16 ULB ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି। BSB BSB: Your vine has been cut down and burned; they perish at the rebuke of Your countenance.
17 ULB ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ। BSB BSB: Let Your hand be upon the man at Your right hand, on the son of man You have raised up for Yourself.
18 ULB ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା। BSB BSB: Then we will not turn away from You; revive us, and we will call on Your name.
19 ULB ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ। BSB BSB: Restore us, O LORD God of Hosts; cause Your face to shine upon us, that we may be saved.
Select verses for actions: Enter goes to them and Escape comes back.