Psalm 85 85 Psalms Book 3 Odia Unlocked Literal Bible 1 ULB ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ। BSB BSB: For the choirmaster. A Psalm of the sons of Korah. You showed favor to Your land, O LORD; You restored Jacob from captivity.
2 ULB ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। ସେଲା BSB BSB: You forgave the iniquity of Your people; You covered all their sin. Selah
3 ULB ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ। BSB BSB: You withheld all Your fury; You turned from Your burning anger.
4 ULB ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର। BSB BSB: Restore us, O God of our salvation, and put away Your displeasure toward us.
5 ULB ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ? BSB BSB: Will You be angry with us forever? Will You draw out Your anger to all generations?
6 ULB ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ? BSB BSB: Will You not revive us again, that Your people may rejoice in You?
7 ULB ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର। BSB BSB: Show us Your loving devotion, O LORD, and grant us Your salvation.
8 ULB ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। BSB BSB: I will listen to what God the LORD will say; for He will surely speak peace to His people and His saints; He will not let them return to folly.
9 ULB ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି। BSB BSB: Surely His salvation is near to those who fear Him, that His glory may dwell in our land.
10 ULB ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। BSB BSB: Loving devotion and faithfulness have joined together; righteousness and peace have kissed.
11 ULB ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। BSB BSB: Faithfulness sprouts from the earth, and righteousness looks down from heaven.
12 ULB ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। BSB BSB: The LORD will indeed provide what is good, and our land will yield its increase.
13 ULB ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ। BSB BSB: Righteousness will go before Him to prepare the way for His steps.
Select verses for actions: Enter goes to them and Escape comes back.
Chapter complete
You’ve read Psalm 85
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 85, and keep Opened free for readers who can’t pay.