1 ULB ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି। BSB BSB: For the choirmaster. To the tune of “The Death of the Son.” A Psalm of David. I will give thanks to the LORD with all my heart; I will recount all Your wonders.
2 ULB ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। BSB BSB: I will be glad and rejoice in You; I will sing praise to Your name, O Most High.
3 ULB ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି। BSB BSB: When my enemies retreat, they stumble and perish before You.
4 ULB କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ। BSB BSB: For You have upheld my just cause; You sit on Your throne judging righteously.
5 ULB ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ। BSB BSB: You have rebuked the nations; You have destroyed the wicked; You have erased their name forever and ever.
6 ULB ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି। BSB BSB: The enemy has come to eternal ruin, and You have uprooted their cities; the very memory of them has vanished.
7 ULB ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି। BSB BSB: But the LORD abides forever; He has established His throne for judgment.
8 ULB ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ। BSB BSB: He judges the world with justice; He governs the people with equity.
9 ULB ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ; BSB BSB: The LORD is a refuge for the oppressed, a stronghold in times of trouble.
10 ULB ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ। BSB BSB: Those who know Your name trust in You, for You, O LORD, have not forsaken those who seek You.
11 ULB ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର। BSB BSB: Sing praises to the LORD, who dwells in Zion; proclaim His deeds among the nations.
12 ULB କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ। BSB BSB: For the Avenger of bloodshed remembers; He does not ignore the cry of the afflicted.
13 ULB ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର। BSB BSB: Be merciful to me, O LORD; see how my enemies afflict me! Lift me up from the gates of death,
14 ULB ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି। BSB BSB: that I may declare all Your praises—that within the gates of Daughter Zion I may rejoice in Your salvation.
15 ULB ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି। BSB BSB: The nations have fallen into a pit of their making; their feet are caught in the net they have hidden.
16 ULB ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। ହିଗାୟୋନ୍, ସେଲା BSB BSB: The LORD is known by the justice He brings; the wicked are ensnared by the work of their hands. Higgaion Selah
17 ULB ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ। BSB BSB: The wicked will return to Sheol—all the nations who forget God.
18 ULB କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ। BSB BSB: For the needy will not always be forgotten; nor the hope of the oppressed forever dashed.
19 ULB ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। BSB BSB: Rise up, O LORD, do not let man prevail; let the nations be judged in Your presence.
20 ULB ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। ସେଲା BSB BSB: Lay terror upon them, O LORD; let the nations know they are but men. Selah
Select verses for actions: Enter goes to them and Escape comes back.