1 ULB ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ। BSB BSB: He who dwells in the shelter of the Most High will abide in the shadow of the Almighty.
2 ULB ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।” BSB BSB: I will say to the LORD, “You are my refuge and my fortress, my God, in whom I trust.”
3 ULB କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ। BSB BSB: Surely He will deliver you from the snare of the fowler, and from the deadly plague.
4 ULB ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ। BSB BSB: He will cover you with His feathers; under His wings you will find refuge; His faithfulness is a shield and rampart.
5 ULB ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର, BSB BSB: You will not fear the terror of the night, nor the arrow that flies by day,
6 ULB ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ। BSB BSB: nor the pestilence that stalks in the darkness, nor the calamity that destroys at noon.
7 ULB ତୁମ୍ଭ ପାର୍ଶ୍ୱରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକୁ ଆସିବ ନାହିଁ। BSB BSB: Though a thousand may fall at your side, and ten thousand at your right hand, no harm will come near you.
8 ULB ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ। BSB BSB: You will only see it with your eyes and witness the punishment of the wicked.
9 ULB କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋହର ଆଶ୍ରୟ। ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ। BSB BSB: Because you have made the LORD your dwelling—my refuge, the Most High—
10 ULB ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, କିଅବା କୌଣସି ମାରୀ ତୁମ୍ଭ ତମ୍ବୁ ନିକଟକୁ ଆସିବ ନାହିଁ। BSB BSB: no evil will befall you, no plague will approach your tent.
11 ULB କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ। BSB BSB: For He will command His angels concerning you to guard you in all your ways.
12 ULB ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ୱହସ୍ତରେ ତୁମ୍ଭକୁ ବହିବେ। BSB BSB: They will lift you up in their hands, so that you will not strike your foot against a stone.
13 ULB ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ। BSB BSB: You will tread on the lion and cobra; you will trample the young lion and serpent.
14 ULB ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା। BSB BSB: “Because he loves Me, I will deliver him; because he knows My name, I will protect him.
15 ULB ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା। BSB BSB: When he calls out to Me, I will answer him; I will be with him in trouble. I will deliver him and honor him.
16 ULB ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା। BSB BSB: With long life I will satisfy him and show him My salvation.”
Select verses for actions: Enter goes to them and Escape comes back.