1 ULB ହେ ସଦାପ୍ରଭୁ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ଆପଣା କ୍ରୋଧ ଦେଖାଅ। BSB BSB: O LORD, God of vengeance, O God of vengeance, shine forth.
2 ULB ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ। BSB BSB: Rise up, O Judge of the earth; render a reward to the proud.
3 ULB ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ? BSB BSB: How long will the wicked, O LORD, how long will the wicked exult?
4 ULB ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି। BSB BSB: They pour out arrogant words; all workers of iniquity boast.
5 ULB ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି। BSB BSB: They crush Your people, O LORD; they oppress Your heritage.
6 ULB ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି। BSB BSB: They kill the widow and the foreigner; they murder the fatherless.
7 ULB ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି। BSB BSB: They say, “The LORD does not see; the God of Jacob pays no heed.”
8 ULB ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ? BSB BSB: Take notice, O senseless among the people! O fools, when will you be wise?
9 ULB ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ? BSB BSB: He who affixed the ear, can He not hear? He who formed the eye, can He not see?
10 ULB ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ? BSB BSB: He who admonishes the nations, does He not discipline? He who teaches man, does He lack knowledge?
11 ULB ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି। BSB BSB: The LORD knows the thoughts of man, that they are futile.
12 ULB ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ, BSB BSB: Blessed is the man You discipline, O LORD, and teach from Your law,
13 ULB ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ। BSB BSB: to grant him relief from days of trouble, until a pit is dug for the wicked.
14 ULB କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ। BSB BSB: For the LORD will not forsake His people; He will never abandon His heritage.
15 ULB ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ। BSB BSB: Surely judgment will again be righteous, and all the upright in heart will follow it.
16 ULB କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ? BSB BSB: Who will rise up for me against the wicked? Who will stand for me against the workers of iniquity?
17 ULB ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥା’ନ୍ତା। BSB BSB: Unless the LORD had been my helper, I would soon have dwelt in the abode of silence.
18 ULB “ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ, ହେ ସଦାପ୍ରଭୁ, ତୁମ୍ଭର ଦୟା ମୋତେ ଧରି ରଖିଲା। BSB BSB: If I say, “My foot is slipping,” Your loving devotion, O LORD, supports me.
19 ULB ମୋ’ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋ’ ପ୍ରାଣକୁ ଆହ୍ଲାଦିତ କରେ। BSB BSB: When anxiety overwhelms me, Your consolation delights my soul.
20 ULB ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ? BSB BSB: Can a corrupt throne be Your ally—one devising mischief by decree?
21 ULB ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି। BSB BSB: They band together against the righteous and condemn the innocent to death.
22 ULB ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋ’ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି। BSB BSB: But the LORD has been my stronghold, and my God is my rock of refuge.
23 ULB ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ। BSB BSB: He will bring upon them their own iniquity and destroy them for their wickedness. The LORD our God will destroy them.
Select verses for actions: Enter goes to them and Escape comes back.