Psalm 97 97 Psalms Book 4 Odia Unlocked Literal Bible 1 ULB ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ। BSB BSB: The LORD reigns, let the earth rejoice; let the distant shores be glad.
2 ULB ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ। BSB BSB: Clouds and darkness surround Him; righteousness and justice are His throne’s foundation.
3 ULB ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ। BSB BSB: Fire goes before Him and consumes His foes on every side.
4 ULB ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା। BSB BSB: His lightning illuminates the world; the earth sees and trembles.
5 ULB ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ। BSB BSB: The mountains melt like wax at the presence of the LORD, before the Lord of all the earth.
6 ULB ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି। BSB BSB: The heavens proclaim His righteousness; all the peoples see His glory.
7 ULB ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର। BSB BSB: All worshipers of images are put to shame—those who boast in idols. Worship Him, all you gods!
8 ULB ହେ ସଦାପ୍ରଭୁ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ। BSB BSB: Zion hears and rejoices, and the towns of Judah exult because of Your judgments, O LORD.
9 ULB କାରଣ ହେ ସଦାପ୍ରଭୁ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ। BSB BSB: For You, O LORD, are Most High over all the earth; You are exalted far above all gods.
10 ULB ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; BSB BSB: Hate evil, O you who love the LORD! He preserves the souls of His saints; He delivers them from the hand of the wicked.
11 ULB ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି। BSB BSB: Light shines on the righteous, gladness on the upright in heart.
12 ULB ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର। BSB BSB: Rejoice in the LORD, you righteous ones, and praise His holy name.
Select verses for actions: Enter goes to them and Escape comes back.
Chapter complete
You’ve read Psalm 97
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 97, and keep Opened free for readers who can’t pay.