1 ULB ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶିଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ୱରନିନ୍ଦାସୂଚକ ବିଭିନ୍ନ ନାମ। BSB BSB: Then I saw a beast with ten horns and seven heads rising out of the sea. There were ten royal crowns on its horns and blasphemous names on its heads.
2 ULB ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିହାଂସନ ଓ ମହାକ୍ଷମତା ସମର୍ପଣ କଲା। BSB BSB: The beast I saw was like a leopard, with the feet of a bear and the mouth of a lion. And the dragon gave the beast his power and his throne and great authority.
3 ULB ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ, BSB BSB: One of the heads of the beast appeared to have been mortally wounded. But the mortal wound was healed, and the whole world marveled and followed the beast.
4 ULB ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ? BSB BSB: They worshiped the dragon who had given authority to the beast, and they worshiped the beast, saying, “Who is like the beast, and who can wage war against it?”
5 ULB ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା। BSB BSB: The beast was given a mouth to speak arrogant and blasphemous words, and authority to act for 42 months.
6 ULB ସେଥିରେ ସେଇ ପଶୁ ମୁଖ ଫିଟାଇ ଈଶ୍ୱରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା। BSB BSB: And the beast opened its mouth to speak blasphemies against God and to slander His name and His tabernacle—those who dwell in heaven.
7 ULB ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା। BSB BSB: Then the beast was permitted to wage war against the saints and to conquer them, and it was given authority over every tribe and people and tongue and nation.
8 ULB ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ। BSB BSB: And all who dwell on the earth will worship the beast—all whose names have not been written from the foundation of the world in the Book of Life belonging to the Lamb who was slain.
9 ULB ଯାହାର କର୍ଣ୍ଣ ଅଛି, ସେ ଶୁଣୁ। BSB BSB: He who has an ear, let him hear:
10 ULB କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ। ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ। BSB BSB: “If anyone is destined for captivity, into captivity he will go; if anyone is to die by the sword, by the sword he must be killed.” Here is a call for the perseverance and faith of the saints.
11 ULB ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶିଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା। BSB BSB: Then I saw another beast rising out of the earth. This beast had two horns like a lamb, but spoke like a dragon.
12 ULB ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ। BSB BSB: And this beast exercised all the authority of the first beast and caused the earth and those who dwell in it to worship the first beast, whose mortal wound had been healed.
13 ULB ସେ ମହା ମହା ଆଶ୍ଚର୍ଯ୍ୟକର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନି ବୃଷ୍ଟି କରାଏ। BSB BSB: And the second beast performed great signs, even causing fire from heaven to come down to earth in the presence of the people.
14 ULB ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ। BSB BSB: Because of the signs it was given to perform on behalf of the first beast, it deceived those who dwell on the earth, telling them to make an image to the beast that had been wounded by the sword and yet had lived.
15 ULB ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା। BSB BSB: The second beast was permitted to give breath to the image of the first beast, so that the image could speak and cause all who refused to worship it to be killed.
16 ULB ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧିନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ, BSB BSB: And the second beast required all people, small and great, rich and poor, free and slave, to receive a mark on their right hand or on their forehead,
17 ULB ପୁଣି, ସେହି ଚିହ୍ନ, ଅର୍ଥାତ୍ ପଶୁର ନାମ କିମ୍ବା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ। BSB BSB: so that no one could buy or sell unless he had the mark—the name of the beast or the number of its name.
18 ULB ଏଠାରେ ଜ୍ଞାନ ଆବଶ୍ୟକ। ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ୬୬୬ (ଛ ଶହ ଛଷଠି)। BSB BSB: Here is a call for wisdom: Let the one who has insight calculate the number of the beast, for it is the number of a man, and that number is 666.
Select verses for actions: Enter goes to them and Escape comes back.