1 ULB ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ। BSB BSB: Then I saw another great and marvelous sign in heaven: seven angels with the seven final plagues, with which the wrath of God is completed.
2 ULB ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ୱରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି। BSB BSB: And I saw something like a sea of glass mixed with fire, beside which stood those who had conquered the beast and its image and the number of its name. They were holding harps from God,
3 ULB ସେମାନେ ଈଶ୍ୱରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ। BSB BSB: and they sang the song of God’s servant Moses and of the Lamb: “Great and wonderful are Your works, O Lord God Almighty! Just and true are Your ways, O King of the nations!
4 ULB ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି। BSB BSB: Who will not fear You, O Lord, and glorify Your name? For You alone are holy. All nations will come and worship before You, for Your righteous acts have been revealed.”
5 ULB ଏଥିଉତ୍ତାରେ ମୁଁ ଦେଖିଲି, ସ୍ୱର୍ଗସ୍ଥ ସାକ୍ଷ୍ୟ ତମ୍ବୁର ମନ୍ଦିରର ଦ୍ୱାର ଉନ୍ମୁକ୍ତ ହେଲା, BSB BSB: After this I looked, and the temple—the tabernacle of the Testimony—was opened in heaven.
6 ULB ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ। BSB BSB: And out of the temple came the seven angels with the seven plagues, dressed in clean and bright linen and girded with golden sashes around their chests.
7 ULB ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ୱରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ। BSB BSB: Then one of the four living creatures gave the seven angels seven golden bowls full of the wrath of God, who lives forever and ever.
8 ULB ଆଉ ଈଶ୍ୱରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ। BSB BSB: And the temple was filled with smoke from the glory of God and from His power; and no one could enter the temple until the seven plagues of the seven angels were completed.
Select verses for actions: Enter goes to them and Escape comes back.