1 ULB ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ୱରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ। BSB BSB: Then I heard a loud voice from the temple saying to the seven angels, “Go, pour out on the earth the seven bowls of God’s wrath.”
2 ULB ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା। BSB BSB: So the first angel went and poured out his bowl on the earth, and loathsome, malignant sores broke out on those who had the mark of the beast and worshiped its image.
3 ULB ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ। BSB BSB: And the second angel poured out his bowl into the sea, and it turned to blood like that of the dead, and every living thing in the sea died.
4 ULB ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହି ସବୁ ରକ୍ତ ହୋଇଗଲା। BSB BSB: And the third angel poured out his bowl into the rivers and springs of water, and they turned to blood.
5 ULB ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି; BSB BSB: And I heard the angel of the waters say: “Righteous are You, O Holy One, who is and was, because You have brought these judgments.
6 ULB ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିରେ ଯୋଗ୍ୟ। BSB BSB: For they have spilled the blood of saints and prophets, and You have given them blood to drink, as they deserve.”
7 ULB ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ। BSB BSB: And I heard the altar reply: “Yes, Lord God Almighty, true and just are Your judgments.”
8 ULB ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା। BSB BSB: Then the fourth angel poured out his bowl on the sun, and it was given power to scorch the people with fire.
9 ULB ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ। BSB BSB: And the people were scorched by intense heat, and they cursed the name of God, who had authority over these plagues. Yet they did not repent and give Him glory.
10 ULB ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ; BSB BSB: And the fifth angel poured out his bowl on the throne of the beast, and its kingdom was plunged into darkness, and men began to gnaw their tongues in anguish
11 ULB ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ୱରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନପରିବର୍ତ୍ତନ କଲେ ନାହିଁ। BSB BSB: and curse the God of heaven for their pains and sores. Yet they did not repent of their deeds.
12 ULB ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା। BSB BSB: And the sixth angel poured out his bowl on the great river Euphrates, and its water was dried up to prepare the way for the kings of the East.
13 ULB ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟା ଅପବିତ୍ର ଆତ୍ମା ବାହାରିଲେ; BSB BSB: And I saw three unclean spirits that looked like frogs coming out of the mouths of the dragon, the beast, and the false prophet.
14 ULB ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ୱରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି। BSB BSB: These are demonic spirits that perform signs and go out to all the kings of the earth, to assemble them for battle on the great day of God the Almighty.
15 ULB ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ। BSB BSB: “Behold, I am coming like a thief. Blessed is the one who remains awake and clothed, so that he will not go naked and let his shame be exposed.”
16 ULB ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ। BSB BSB: And they assembled the kings in the place that in Hebrew is called Armageddon.
17 ULB ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ୱର ହେଲା, ସମାପ୍ତ ହେଲା। BSB BSB: Then the seventh angel poured out his bowl into the air, and a loud voice came from the throne in the temple, saying, “It is done!”
18 ULB ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା। BSB BSB: And there were flashes of lightning, rumblings, peals of thunder, and a great earthquake the likes of which had not occurred since men were upon the earth—so mighty was the great quake.
19 ULB ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୂଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ୱର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ। BSB BSB: The great city was split into three parts, and the cities of the nations collapsed. And God remembered Babylon the great and gave her the cup of the wine of the fury of His wrath.
20 ULB ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ। BSB BSB: Then every island fled, and no mountain could be found.
21 ULB ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର। BSB BSB: And great hailstones weighing almost a hundred pounds each rained down on them from above. And men cursed God for the plague of hail, because it was so horrendous.
Select verses for actions: Enter goes to them and Escape comes back.