1 ULB ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ। BSB BSB: “To the angel of the church in Sardis write: These are the words of the One who holds the seven spirits of God and the seven stars. I know your deeds; you have a reputation for being alive, yet you are dead.
2 ULB ଜାଗ୍ରତ ହୁଅ, ପୁଣି, ମୃତ୍ୟୁ ନିମନ୍ତେ ପ୍ରସ୍ତୁତ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଈଶ୍ୱରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ। BSB BSB: Wake up and strengthen what remains, which is about to die; for I have found your deeds incomplete in the sight of My God.
3 ULB ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ; BSB BSB: Remember, then, what you have received and heard. Keep it and repent. If you do not wake up, I will come like a thief, and you will not know the hour when I will come upon you.
4 ULB ତଥାପି ଯେଉଁମାନେ ଦଳରେ କେତେକ ଲୋକମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାଁନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ। BSB BSB: But you do have a few people in Sardis who have not soiled their garments, and because they are worthy, they will walk with Me in white.
5 ULB ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ। BSB BSB: Like them, he who overcomes will be dressed in white. And I will never blot out his name from the Book of Life, but I will confess his name before My Father and His angels.
6 ULB ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। BSB BSB: He who has an ear, let him hear what the Spirit says to the churches.
7 ULB ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ, BSB BSB: To the angel of the church in Philadelphia write: These are the words of the One who is holy and true, who holds the key of David. What He opens no one can shut, and what He shuts no one can open.
8 ULB ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟ ଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଫିଟାଇଅଛୁ, କେହି ତାହା ବନ୍ଦ କରି ପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ୱୀକାର କରି ନାହଁ। BSB BSB: I know your deeds. Behold, I have placed before you an open door, which no one can shut. I know that you have only a little strength, yet you have kept My word and have not denied My name.
9 ULB ଦେଖ, ଯେଉଁମାନେ ଯିହୂଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ। BSB BSB: As for those who belong to the synagogue of Satan, who claim to be Jews but are liars instead, I will make them come and bow down at your feet, and they will know that I love you.
10 ULB ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ। BSB BSB: Because you have kept My command to persevere, I will also keep you from the hour of testing that is about to come upon the whole world, to test those who dwell on the earth.
11 ULB ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥି ନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ। BSB BSB: I am coming soon. Hold fast to what you have, so that no one will take your crown.
12 ULB ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ୱରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ୱରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ୱରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ। BSB BSB: The one who overcomes I will make a pillar in the temple of My God, and he will never again leave it. Upon him I will write the name of My God, and the name of the city of My God (the new Jerusalem that comes down out of heaven from My God), and My new name.
13 ULB ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। BSB BSB: He who has an ear, let him hear what the Spirit says to the churches.
14 ULB ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ୱରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି, BSB BSB: To the angel of the church in Laodicea write: These are the words of the Amen, the faithful and true Witness, the Originator of God’s creation.
15 ULB ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା। BSB BSB: I know your deeds; you are neither cold nor hot. How I wish you were one or the other!
16 ULB ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ। BSB BSB: So because you are lukewarm—neither hot nor cold—I am about to vomit you out of My mouth!
17 ULB ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ; BSB BSB: You say, ‘I am rich; I have grown wealthy and need nothing.’ But you do not realize that you are wretched, pitiful, poor, blind, and naked.
18 ULB ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ। BSB BSB: I counsel you to buy from Me gold refined by fire so that you may become rich, white garments so that you may be clothed and your shameful nakedness not exposed, and salve to anoint your eyes so that you may see.
19 ULB ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନପରିବର୍ତ୍ତନ କର। BSB BSB: Those I love I rebuke and discipline. Therefore be earnest and repent.
20 ULB ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ। BSB BSB: Behold, I stand at the door and knock. If anyone hears My voice and opens the door, I will come in and dine with him, and he with Me.
22 ULB ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। BSB BSB: He who has an ear, let him hear what the Spirit says to the churches.”
Select verses for actions: Enter goes to them and Escape comes back.