1 ULB ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ। BSB BSB: Then I watched as the Lamb opened one of the seven seals, and I heard one of the four living creatures say in a voice like thunder, “Come!”
2 ULB ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ। BSB BSB: So I looked and saw a white horse, and its rider held a bow. And he was given a crown, and he rode out to overcome and conquer.
3 ULB ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ। BSB BSB: And when the Lamb opened the second seal, I heard the second living creature say, “Come!”
4 ULB ସେଥିରେ ଆଉ ଗୋଟିଏ ଅଶ୍ୱ ବାହାରି ଆସିଲା, ତାହା ଲୋହିତବର୍ଣ୍ଣ; ଲୋକେ ଯେପରି ପରସ୍ପରକୁ ହତ୍ୟା କରନ୍ତି, ଏଥି ନିମନ୍ତେ ପୃଥିବୀରୁ ଶାନ୍ତି ଦୂର କରିବା ନିମନ୍ତେ ତାହାର ଆରୋହୀକୁ କ୍ଷମତା ଦିଆଗଲା, ପୁଣି, ତାହାକୁ ଗୋଟିଏ ବୃହତ୍ ଖଡ଼୍ଗ ଦିଆ ଗଲା। BSB BSB: Then another horse went forth. It was bright red, and its rider was granted permission to take away peace from the earth and to make men slay one another. And he was given a great sword.
5 ULB ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ। BSB BSB: And when the Lamb opened the third seal, I heard the third living creature say, “Come!” Then I looked and saw a black horse, and its rider held in his hand a pair of scales.
6 ULB ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ। BSB BSB: And I heard what sounded like a voice from among the four living creatures, saying, “A quart of wheat for a denarius, and three quarts of barley for a denarius, and do not harm the oil and wine.”
7 ULB ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ। BSB BSB: And when the Lamb opened the fourth seal, I heard the voice of the fourth living creature say, “Come!”
8 ULB ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା। BSB BSB: Then I looked and saw a pale green horse. Its rider’s name was Death, and Hades followed close behind. And they were given authority over a fourth of the earth, to kill by sword, by famine, by plague, and by the beasts of the earth.
9 ULB ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି। BSB BSB: And when the Lamb opened the fifth seal, I saw under the altar the souls of those who had been slain for the word of God and for the testimony they had upheld.
10 ULB ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ? BSB BSB: And they cried out in a loud voice, “How long, O Lord, holy and true, until You judge those who dwell upon the earth and avenge our blood?”
11 ULB ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆ ଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭାତ୍ରୁଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା। BSB BSB: Then each of them was given a white robe and told to rest a little while longer until the full number of their fellow servants, their brothers, were killed, just as they had been killed.
12 ULB ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମ ନିର୍ମିତ କମ୍ବଳ ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହେଲା, BSB BSB: And I watched as the Lamb opened the sixth seal, and there was a great earthquake, and the sun became black like sackcloth of goat hair, and the whole moon turned blood red,
13 ULB ପ୍ରବଳ ବାୟୁ ଆଘାତରେ ଡିମ୍ବିରି ବୃକ୍ଷରୁ ଯେପରି ଅପକ୍ୱ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ, BSB BSB: and the stars of the sky fell to the earth like unripe figs dropping from a tree shaken by a great wind.
14 ULB ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ। BSB BSB: The sky receded like a scroll being rolled up, and every mountain and island was moved from its place.
15 ULB ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧିନ ଓ ସ୍ୱାଧିନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ, BSB BSB: Then the kings of the earth, the nobles, the commanders, the rich, the mighty, and every slave and free man hid in the caves and among the rocks of the mountains.
16 ULB ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ, BSB BSB: And they said to the mountains and the rocks, “Fall on us and hide us from the face of the One seated on the throne, and from the wrath of the Lamb.
17 ULB କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇ ପାରେ? BSB BSB: For the great day of Their wrath has come, and who is able to withstand it?”
Select verses for actions: Enter goes to them and Escape comes back.