1 ULB ତତ୍ପରେ ପଞ୍ଚମ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ଡର ଚାବି ଦିଆଗଲା। BSB BSB: Then the fifth angel sounded his trumpet, and I saw a star that had fallen from heaven to earth, and it was given the key to the pit of the Abyss.
2 ULB ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୁର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଛନ୍ନ ହେଲା। BSB BSB: The star opened the pit of the Abyss, and smoke rose out of it like the smoke of a great furnace, and the sun and the air were darkened by the smoke from the pit.
3 ULB ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା। BSB BSB: And out of the smoke, locusts descended on the earth, and they were given power like that of the scorpions of the earth.
4 ULB ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ୱରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା। BSB BSB: They were told not to harm the grass of the earth or any plant or tree, but only those who did not have the seal of God on their foreheads.
5 ULB ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର। BSB BSB: The locusts were not given power to kill them, but only to torment them for five months, and their torment was like the stinging of a scorpion.
6 ULB ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ। BSB BSB: In those days men will seek death and will not find it; they will long to die, but death will escape them.
7 ULB ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧ ନିମନ୍ତେ ସଜ୍ଜିତ ଅଶ୍ୱମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି, ସେମାନଙ୍କ ମୁଖ ମନୁଷ୍ୟମାନଙ୍କ ମୁଖ ସଦୃଶ; BSB BSB: And the locusts looked like horses prepared for battle, with something like crowns of gold on their heads; and their faces were like the faces of men.
8 ULB ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦନ୍ତ ତୁଲ୍ୟ ସେମାନଙ୍କ ଦନ୍ତ; BSB BSB: They had hair like that of women, and teeth like those of lions.
9 ULB ଲୌହ ଉରସ୍ତ୍ରାଣ ପରି ସେମାନଙ୍କର ଉରସ୍ତ୍ରାଣ, ପୁଣି, ରଥ ଓ ରଣକ୍ଷେତ୍ରରେ ଦୌଡ଼ୁଥିବା ଅନେକ ଅଶ୍ୱଙ୍କ ଶବ୍ଦ ପରି ସେମାନଙ୍କ ପକ୍ଷର ଶବ୍ଦ। BSB BSB: They also had breastplates like breastplates of iron, and the sound of their wings was like the roar of many horses and chariots rushing into battle.
10 ULB ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା। BSB BSB: They had tails with stingers like scorpions, which had the power to injure people for five months.
11 ULB ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍। BSB BSB: They were ruled by a king, the angel of the Abyss. His name in Hebrew is Abaddon, and in Greek it is Apollyon.
12 ULB ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହାପରେ ଆଉ ଦୁଇଟି ସନ୍ତାପ ଆସୁଅଛି। BSB BSB: The first woe has passed. Behold, two woes are still to follow.
13 ULB ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ୱରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି, BSB BSB: Then the sixth angel sounded his trumpet, and I heard a voice from the four horns of the golden altar before God
14 ULB ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ। BSB BSB: saying to the sixth angel with the trumpet, “Release the four angels who are bound at the great river Euphrates.”
15 ULB ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ। BSB BSB: So the four angels who had been prepared for this hour and day and month and year were released to kill a third of mankind.
16 ULB ଅଶ୍ୱାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି। BSB BSB: And the number of mounted troops was two hundred million; I heard their number.
17 ULB ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଉରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୁମ ଓ ଗନ୍ଧକ ନିର୍ଗତ ହେଉଥିଲା। BSB BSB: Now the horses and riders in my vision looked like this: The riders had breastplates the colors of fire, sapphire, and sulfur. The heads of the horses were like the heads of lions, and out of their mouths proceeded fire, smoke, and sulfur.
18 ULB ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ। BSB BSB: A third of mankind was killed by the three plagues of fire, smoke, and sulfur that proceeded from their mouths.
19 ULB କାରଣ ଅଶ୍ୱମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ୱାରା ସେମାନେ କ୍ଷତି କରନ୍ତି। BSB BSB: For the power of the horses was in their mouths and in their tails; indeed, their tails were like snakes, having heads with which to inflict harm.
20 ULB ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ, BSB BSB: Now the rest of mankind who were not killed by these plagues still did not repent of the works of their hands. They did not stop worshiping demons and idols of gold, silver, bronze, stone, and wood, which cannot see or hear or walk.
21 ULB ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନପରିବର୍ତ୍ତନ କଲେ ନାହିଁ। BSB BSB: Furthermore, they did not repent of their murder, sorcery, sexual immorality, and theft.
Select verses for actions: Enter goes to them and Escape comes back.