1 ULB ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ, BSB BSB: Paul, a servant of Christ Jesus, called to be an apostle, and set apart for the gospel of God—
2 ULB ସେ ରୋମରେ ଥିବା ଈଶ୍ୱରଙ୍କ ପ୍ରିୟ ଓ ଆହୂତ ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛି। BSB BSB: the gospel He promised beforehand through His prophets in the Holy Scriptures,
4 ULB କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ୱରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ BSB BSB: and who through the Spirit of holiness was declared with power to be the Son of God by His resurrection from the dead: Jesus Christ our Lord.
5 ULB ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ, BSB BSB: Through Him and on behalf of His name, we received grace and apostleship to call all those among the Gentiles to the obedience that comes from faith.
6 ULB ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୂଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥି ନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ। BSB BSB: And you also are among those who are called to belong to Jesus Christ.
7 ULB ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। BSB BSB: To all in Rome who are loved by God and called to be saints: Grace and peace to you from God our Father and the Lord Jesus Christ.
8 ULB ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି। BSB BSB: First, I thank my God through Jesus Christ for all of you, because your faith is being proclaimed all over the world.
9 ULB କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ୱରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇ ପାରେ, BSB BSB: God, whom I serve with my spirit in preaching the gospel of His Son, is my witness how constantly I remember you
10 ULB ଏଥି ନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରିଆସୁଅଛି, ସେ ବିଷୟରେ ଯେଉଁ ଈଶ୍ୱରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି। BSB BSB: in my prayers at all times, asking that now at last by God’s will I may succeed in coming to you.
11 ULB ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି, BSB BSB: For I long to see you so that I may impart to you some spiritual gift to strengthen you,
12 ULB ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ। BSB BSB: that is, that you and I may be mutually encouraged by each other’s faith.
13 ULB ହେ ଭାଇମାନେ, ଅବଶିଷ୍ଟ ଅଣଯିହୂଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ। BSB BSB: I do not want you to be unaware, brothers, how often I planned to come to you (but have been prevented from visiting until now), in order that I might have a harvest among you, just as I have had among the other Gentiles.
14 ULB ଗ୍ରୀକ୍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ। BSB BSB: I am obligated both to Greeks and non-Greeks, both to the wise and the foolish.
15 ULB ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ। BSB BSB: That is why I am so eager to preach the gospel also to you who are in Rome.
17 ULB ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ''। BSB BSB: For the gospel reveals the righteousness of God that comes by faith from start to finish, just as it is written: “The righteous will live by faith.”
21 ULB କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା; BSB BSB: For although they knew God, they neither glorified Him as God nor gave thanks to Him, but they became futile in their thinking and darkened in their foolish hearts.
22 ULB ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ, BSB BSB: Although they claimed to be wise, they became fools,
23 ULB ପୁଣି, ଅକ୍ଷୟ ଈଶ୍ୱରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ। BSB BSB: and exchanged the glory of the immortal God for images of mortal man and birds and animals and reptiles.
24 ULB ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ। BSB BSB: Therefore God gave them over in the desires of their hearts to impurity for the dishonoring of their bodies with one another.
26 ULB ଏହି କାରଣରୁ ଈଶ୍ୱର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ, BSB BSB: For this reason God gave them over to dishonorable passions. Even their women exchanged natural relations for unnatural ones.
27 ULB ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ। BSB BSB: Likewise, the men abandoned natural relations with women and burned with lust for one another. Men committed indecent acts with other men and received in themselves the due penalty for their error.
28 ULB ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ। BSB BSB: Furthermore, since they did not see fit to acknowledge God, He gave them up to a depraved mind, to do what ought not to be done.
29 ULB ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ; BSB BSB: They have become filled with every kind of wickedness, evil, greed, and depravity. They are full of envy, murder, strife, deceit, and malice. They are gossips,
30 ULB ସେମାନେ ଚୁଗୁଲିଆ, ନିନ୍ଦକ, ଈଶ୍ୱରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ, BSB BSB: slanderers, God-haters, insolent, arrogant, and boastful. They invent new forms of evil; they disobey their parents.
31 ULB ପିତାମାତାଙ୍କ ଅନାଜ୍ଞାବହ, ନିର୍ବୋଧ, ନିୟମ ଭଗ୍ନକାରୀ, ସ୍ୱାଭାବିକ ସ୍ନେହ-ରହିତ ଓ ନିର୍ଦ୍ଦୟ ଅଟନ୍ତି। BSB BSB: They are senseless, faithless, heartless, merciless.
32 ULB ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ୱରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି। BSB BSB: Although they know God’s righteous decree that those who do such things are worthy of death, they not only continue to do these things, but also approve of those who practice them.
Select verses for actions: Enter goes to them and Escape comes back.